ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ ଓଲଟିଲା ଯାତ୍ରୀବାହୀ ବସ୍‌

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ ଓଲଟି ପଡିଲା ଖାମ୍ବେଶ୍ୱରୀ ନାମକ ଯାତ୍ରୀବାହୀ ବସ୍‌। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଗୁରୁତର ହୋଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ନାରାୟଣ ରଥ (୫୪)ବୋଲି ସୂଚନା ମିଳିଛି।ମିଳିଥିବା ସୂଚନା ଅନୁସାରେ ବସ୍‌ଟି ମାଲକାନଗିରିରୁ ବ୍ରହ୍ମପୁର ଆସୁଥିଲା। ୩୨୬ ନଂ ଜାତୀୟ ରାଜପଥର କୋରାପୁଟ ସଦର ଥାନା ଅଧୀନ ପୋଡ଼ାଗଡ଼ର ଛୋଟାଗୁଡ଼ା ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

ଚାଳକ ନିୟନ୍ତ୍ରଣ ହରାଇବାରୁ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣାର ଖବର ପାଇ ୬ଟି ଆମ୍ବୁଲାନ୍ସ ଓ ଅଗ୍ନିଶମ ବାହିନୀର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ଆହତମାନଙ୍କୁ ଉଦ୍ଧାର କରି ପ୍ରଥମେ ପୋଡ଼ାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଇଥିଲେ।ସମସ୍ତଙ୍କ ଅବସ୍ଥା ବିପଦମୁକ୍ତ ବୋଲି ଡାକ୍ତର ସୂଚନା ଦେଇଛନ୍ତି।

ଅଧିକ ପଢନ୍ତୁ