ବିଦ୍ୟୁତ ଦର ବଢିବ ନାହିଁ,ସ୍ମାର୍ଟ ମିଟର ରେଣ୍ଟ୍ ଛାଡ଼

ସୋମବାର ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (OERC) ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ନୂତନ ବିଦ୍ୟୁତ ଶୁଳ୍କ ଘୋଷଣା କରିଛି। ଏହି ବିଦ୍ୟୁତ ଶୁଳ୍କକୁ ନେଇ ବଡ଼ ଖବର ଆସିଛି। ସାଧରଣ ଗ୍ରାହକଙ୍କ ପାଇଁ ବିଦ୍ୟୁତ ଦର ଅପରିବର୍ତ୍ତିତ ରହିବ । ଡିଜିଟାଲ ପେମେଣ୍ଟରେ ୪ ପ୍ରତିଶତ ରିହାତି ମିଳିବ । ସ୍ମାର୍ଟ ମିଟର ରେଣ୍ଟ୍ ଛାଡ଼ କରାଯାଇଛି । ୨ କିଲୋ ୱାଟ୍ ପର୍ଯ୍ୟନ୍ତ ସ୍ମାର୍ଟ ମିଟର ରେଣ୍ଟ୍‌ ଛାଡ଼ କରିଛି ନିଗମ । ଯେଉଁ ୬୦ ଟଙ୍କା ରେଣ୍ଟ୍ ଚାର୍ଜ ପଡୁଥିଲା, ଆଉ ପଡ଼ିବନାହିଁ ।

ବିଜୁଳି ଦର ଅପରିବର୍ତ୍ତିତ ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ଦେଇଛି ।OERC ଉପ ନିର୍ଦ୍ଦେଶକ ସଞ୍ଜୟ ରାଉତ ନିଶ୍ଚିତ କରିଛନ୍ତି ଯେ ସଂଶୋଧିତ ବିଦ୍ୟୁତ ଶୁଳ୍କ ଗଠନକୁ ଚୂଡ଼ାନ୍ତ କରିବା ପୂର୍ବରୁ କମିଶନ ସମସ୍ତ ସୂଚନାକୁ ପୁଙ୍ଖାନୁପୁଙ୍ଖ ଭାବରେ ସମୀକ୍ଷା କରିଛନ୍ତି।

ଅଧିକ ପଢନ୍ତୁ

Odisha Darpan Digital