ବିଧାନସଭାରୁ ନିଲମ୍ବିତ ହେଲେ କଂଗ୍ରେସର ୧୨ ବିଧାୟକ

ବିଧାନସଭା ହଟ୍ଟଗୋଳ ପାଇଁ ବଡ ଆକ୍ସନ । କଂଗ୍ରେସର ୧୪ ବିଧାୟକଙ୍କ ମଧ୍ୟରୁ ୧୨ ନିଲମ୍ବିତ । ବିଧାନସଭାରେ ବିଶୃଙ୍ଖଳିତ ଆଚରଣ ପାଇଁ ଆକ୍ସନ । ତେବେ ଉକ୍ତ ବିଧାୟକଙ୍କ ନିଲମ୍ବନ ପାଇଁ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରସ୍ତାବ ଆଣିଥିବା ବେଳେ ୭ଟି କାର୍ଯ୍ୟଦିବସ ପାଇଁ ନିଲମ୍ବିତ ହୋଇଛନ୍ତି ୧୨ କଂଗ୍ରେସ ବିଧାୟକ ।ଜୟପୁର ବିଧାୟକ ତାରା ବାହିନୀ ପତି ଏବଂ ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନାଙ୍କୁ ଛାଡି ସମସ୍ତ ସଦସ୍ୟ ନିଲମ୍ବିତ ହୋଇଥିବା ସୂଚନା ରହିଛି । ନିଲମ୍ବିତ ହୋଇଥିବା ବିଧାୟକଙ୍କ ମଧ୍ୟରେ, ରାମଚନ୍ଦ୍ର କାଡାମ, ସିଏସ୍‌ ରାଜନ ଏକ୍କା, ଦାସରଥୀ ଗମାଙ୍ଗ, ଅଶୋକ ଦାସ, ସତ୍ୟଜିତ ଗମାଙ୍ଗ, ସାଗର ଦାସ, ପ୍ରଫୁଲ୍ଲ ପ୍ରଧାନ, ମଙ୍ଗୁ ଖିଲ, ପବିତ୍ର ସାଉନ୍ତା, କାଡ୍ରାକା ଆପାଲା ସ୍ବାମୀ, ନୀଳମାଧବ ହିକକା ଏବଂ ସୋଫିଆ ଫିର୍ଦ୍ଦୋସ ରହିଛନ୍ତି ।

ଅଧିକ ପଢନ୍ତୁ