୨୦୨୫ ଅପରାଧିକ କାର୍ଯ୍ୟକଳାପକୁ ନେଇ ବିଧାନସଭାରେ ଶ୍ଵେତପତ୍ର ଉପସ୍ଥାପନ କଲା ଗୃହ ବିଭାଗ। ୨୦୨୪ ତୁଳନାରେ ୨୦୨୫ରେ ୭.୩୬% ବଢିଛି ଧର୍ତ୍ତବ୍ୟ ଅପରାଧ। ୨୦୨୪ରେ ୨ ଲକ୍ଷ ୧୪ ହଜାର ୧୧୩ ଅପରାଧ ହୋଇଥିଲା। ସେହିପରି ୨୦୨୫ରେ ଏହି ସଂଖ୍ୟା ୨ ଲକ୍ଷ ୨୯ ହଜାର ୮୮୧କୁ ବୃଦ୍ଧି ପାଇଛି। ରାଜ୍ୟର ୯ଟି ଜିଲ୍ଲା କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ରାୟଗଡ଼ା, ନୂଆପଡ଼ା, ବଲାଙ୍ଗୀର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଏବଂ ରାଉରକେଲାର କିଛି ଅଞ୍ଚଳରେ ମାଓବାଦୀ କାର୍ଯ୍ୟକଳାପ ସାମାନ୍ୟ କମିଛି । ରାଉରକେଲାରେ ୩ଟି ହିଂସାତ୍ମକ ଘଟଣା ଛାଡ଼ ଅନ୍ୟ କୌଣସି ସ୍ଥାନରେ ମାଓବାଦୀ ହିଂସାକାଣ୍ଡ ଘଟିନଥିଲା। ଓଡ଼ିଶା-ଛତିଶଗଡ ମିଳିତ ସର୍ଚ୍ଚ ଅପରେସନରେ ୧୭ ମାଓବାଦୀ ନିହତ ହୋଇଛନ୍ତି ।୨୦୨୪ରେ ସାମଗ୍ରିକ ଭାବେ ରାଜ୍ୟରେ ୩୦୫୪ଟି ଦୁଷ୍କର୍ମ ଘଟଣା ଘଟିଥିବା ବେଳେ ୨୦୨୫ରେ ଏହି ସଂଖ୍ୟା ୨୯୯୪କୁ ହ୍ରାସ ପାଇଛି। ୨୦୨୪ରେ ରାଜ୍ୟରେ ମୋଟ ଧର୍ତ୍ତବ୍ୟ ଅପରାଧ ସଂଖ୍ୟା ଥିଲା ୨ଲକ୍ଷ ୧୪ ହଜାର ୧୧୩। ୨୦୨୫ରେ ଧର୍ତ୍ତବ୍ୟ ଅପରାଧ ସଂଖ୍ୟା ୨ଲକ୍ଷ ୨୯ହଜାର ୮୮୧କୁ ବୃଦ୍ଧି ପାଇଛି। ୨୦୨୪ ନିର୍ବାଚନୀ ବର୍ଷ ତୁଳନାରେ ୨୦୨୫ରେ ଅଧିକ ସଂଖ୍ୟାରେ ହତ୍ୟାକାଣ୍ଡ, ଚୋରୀ ଓ ମୋଟରଯାନ ଦୁର୍ଘଟଣା ଘଟିଛି। ୨୦୨୪ରେ ରାଜ୍ୟର ବିଭିନ୍ନ ଥାନାରେ ୧୨୫୮ ହତ୍ୟା, ୧୭ ହଜାର ୮୦୫ ଚୋରୀ ଓ ୧୨ହଜାର ୩୭୫ ମୋଟରଜାନ ଦୁର୍ଘଟଣା ମାମଲା ପଞ୍ଜିକୃତ ହୋଇଥିଲା। ୨୦୨୫ରେ ୧୩୦୪ ହତ୍ୟା, ୨୧ହଜାର ୧୯୨ ଚୋରୀ ଓ ୧୨ହଜାର ୭୮୨ ମୋଟରଜାନ ଦୁର୍ଘଟଣା ମାମଲା ପଞ୍ଜୀକୃତ ହୋଇଛି । ସେହିଭଳି ୨୦୨୫ରେ ୩୫୨ ଡକାୟତି, ୧୮୦୨ ଲୁଟ ଓ ୧୦୯୫ ଦଙ୍ଗା ହୋଇଛି ।
