ବିଧାନସଭାରେ ଭାଷା ଆଇନ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସର ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ‘ବିଧାନସଭାରେ ଭାଷା ଆଇନ’ ଶୀର୍ଷକ ପୁସ୍ତକ ଉନ୍ମୋଚନ କରିଛନ୍ତି। ୧୯୪୮ ମସିହାରେ ପ୍ରସ୍ତାବିତ ଭାଷା ଆଇନ ଆଲୋଚନାଠାରୁ ଆରମ୍ଭ କରି ୧୯୫୪ ଭାଷା ଆଇନ ପାରିତ ହେବା ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ବିଧାନସଭାରେ ଭାଷା ଆଇନ ୨୦୧୮ର ସଂଶୋଧନ ପର୍ଯ୍ୟନ୍ତ ବିଧାନସଭାରେ ହୋଇଥିବା ସମସ୍ତ ଆଲୋଚନା ଓ ତଥ୍ଯ ଏହି ପୁସ୍ତକ ରେ ସ୍ଥାନିତ ହୋଇଛି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାଷାର ଉନ୍ନତି ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ।

ଓଡ଼ିଆ ଭାଷାର ସୁରକ୍ଷା ଏବଂ ଆଗାମୀ ପିଢ଼ି ପାଇଁ ବୈଷୟିକ ଜ୍ଞାନ କୌଶଳ ପ୍ରୟୋଗରେ ଏ କ୍ଷେତ୍ରରେ ନୂତନ ସମ୍ଭାବନା ସୃଷ୍ଟି କରିବା ଉଦ୍ଦେଶ୍ୟରେ ସରକାରୀ ସ୍ତରରେ ଉଦ୍ୟମ ଜାରି ରହିଛି।ଏହାଦ୍ଵାରା ସମସ୍ତ ଭାଷାଭାଷୀ ଅଞ୍ଚଳ ଗୋଟିଏ ସୁତ୍ରରେ ବାନ୍ଧି ହୋଇ ଓଡ଼ିଶାର ବିକାଶରେ ଭାଗିଦାରୀ ହେବେ ବୋଲି ଆଶା କରୁଛି ।’

ଅଧିକ ପଢନ୍ତୁ