ନିର୍ବାଚିତ ବିଧାୟକ ଥିବାରୁ ସେମାନଙ୍କ ପାଇଁ ପ୍ରଶିକ୍ଷଣ ଶିବିର ବା ଦିଗଦର୍ଶନ କାର୍ଯ୍ଯକ୍ରମକୁ ବର୍ଜନ କରିବ ବିଜେଡି। କାର୍ଯ୍ଯକ୍ରମରେ ଯୋଗ ନ ଦେବାକୁ ବିଜେଡି ନିଷ୍ପତ୍ତି ନେଇଛି। ବିଜେପି ଦଳୀୟ ଭିତ୍ତିରେ ଏହି ଶିବିର ଆୟୋଜନ କରୁଛି ଏବଂ କେନ୍ଦ୍ର ମନ୍ତ୍ରୀଙ୍କୁ ଡାକୁଛି ତେଣୁ ବିଜେଡ଼ି ଏହି ପ୍ରଶିକ୍ଷଣ ଶିବିରକୁ ଯିବନାହିଁ ବୋଲି କହିଛନ୍ତି ବିରୋଧୀ ଦଳ ସଚେତକ ପ୍ରମିଳା ମଲ୍ଲିକ ।ପ୍ରଶିକ୍ଷଣ ନେବେ ନବାଗତ, ଅଭିଜ୍ଞତା ବାଣ୍ଟିବେ ଅଭିଜ୍ଞ। ସପ୍ତଦଶ ବିଧାନସଭାକୁ ନିର୍ବାଚିତ ହୋଇଥିବା ୮୪ ଜଣ ନବ ନିର୍ବାଚିତ ବିଧାୟକଙ୍କୁ ଦିଆଯିବ ପ୍ରଶିକ୍ଷଣ। ଆସନ୍ତା ୧୭ ଓ ୧୮ ତାରିଖରେ ଏହି ପ୍ରଶିକ୍ଷଣ ଶିବିର ଆୟୋଜିତ ହେବ।
ଏଥିରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପୂର୍ବତନ ବିଧାୟକ ନରସିଂହ ମିଶ୍ର ପ୍ରମୁଖ ନୂଆ ବିଧାୟକଙ୍କୁ ବିଧାନସଭାର କାର୍ଯ୍ୟବିଧି ଓ ଦାୟିତ୍ୱ ସମ୍ପର୍କରେ ମାର୍ଗ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି।ତେବେ ଏହି ତାଲିମ କାର୍ଯ୍ୟକ୍ରମରେ ଯୋଗ ଦେବନି ବୋଲି ବିଜେଡି ପୂର୍ବରୁ ଘୋଷଣା କରିଥିଲା। ଏନେଇ ପ୍ରେସମିଟ୍ କରି ଖୋଲାଖୋଲି ମନା କରିଥିଲା ଦଳ। ବିରୋଧୀଦଳ ମୁଖ୍ୟ ସଚେତକ ପ୍ରତାପ ଦେବ କହିଥିଲେ, ବିଧାନସଭାର ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ଉଦଘାଟନ କରନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅନୁପସ୍ଥିତିରେ ବାଚସ୍ପତି ଉଦଘାଟନ କରନ୍ତି। କିନ୍ତୁ ଏଠି ଭାଜପା ନେତା ଉଦଘାଟନ ଓ ଉଦଯାପନ କରିବେ। ବିଧାନସଭା କାମରେ ବାହାର ନେତା କିଛି କରିବା ଅଶୋଭନୀୟ।