ମିଶନ ଶକ୍ତି ମା’ଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବେ ବଡ଼ ଉପହାର । ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏ ଋଣ। ବିନା ସୁଧରେ ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଶନ ଶକ୍ତି ଋଣ ମିଳିବ ମା’ମାନଙ୍କୁ । ଯେଉଁମାନେ ପୂର୍ବରୁ ଋଣ ବାବଦ ସୁଧ ଭରିଥିବେ, ସେମାନଙ୍କ ସୁଧ ଟଙ୍କା ଫେରସ୍ତ ହେବ । ଏ ବାବଦରେ ୧୪୫ କୋଟି ଟଙ୍କାର ସୁଧ ଫେରସ୍ତ ହେବ । ମହିଳାଙ୍କ ଆର୍ଥିକ ସଶକ୍ତିକରଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଏହାର ଶୁଭାରମ୍ଭ ହୋଇଛି ।
ସେହିଭଳି ୟୁନିଫର୍ମ ଓ ବ୍ଲେଜର ପାଇଁ ୭୦ ଲକ୍ଷ ମହିଳା ଓ ଦେଢ ଲକ୍ଷ ମିଶନ ଶକ୍ତି ଲିଡରଙ୍କୁ ୭୩୦ କୋଟି ଟଙ୍କାର ଆର୍ଥିକ ସହାୟତା ଦିଆଯିବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।ସେହିପରି ଏସଏଚଜି ମହାସଂଘର କାର୍ଯ୍ୟନିର୍ବାହୀ କମିଟି (ଗ୍ରାମାଞ୍ଚଳ) ଓ ପରିଚାଳନା କମିଟି (ସହରାଞ୍ଚଳ) ସଦସ୍ୟଙ୍କୁ ବ୍ଲେଜର ପାଇଁ ୨ ହଜାର ଟଙ୍କା ଲେଖାଏଁ ଦିଆଯିବ । ଏଭଳି ଭାବେ ଦେଢ଼ ଲକ୍ଷ କାର୍ଯ୍ୟ ନିର୍ବାହୀ କମିଟି ସଦସ୍ୟା ଓ ପରିଚାଳନା କମିଟି ସଦସ୍ୟାଙ୍କୁ ମିଳିବ ୨ ହଜାର ଟଙ୍କା ଲେଖାଏଁ ।