ବିନା ହିଂସାରେ ନିର୍ବାଚନ କରିବାକୁ ଅପିଲ୍‌ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

କାଲି ଛାତ୍ର ସଂସଦ ନିର୍ବାଚନ ପାଇଁ ସମସ୍ତ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଆଜି ହେଉଛି ‘ମୁଁ କାହିଁକି ପ୍ରାର୍ଥୀ ହେଲି’ ବୈଠକ । ରାତି ପାହିଲେ ଛାତ୍ର ନେତା ବାଛିବେ ଛାତ୍ରଛାତ୍ରୀ । ଏହା ପୂର୍ବରୁ ଶାନ୍ତିଶୃଙ୍ଖଳା ଓ ବିନା ହିଂସାରେ ନିର୍ବାଚନ ସମାପ୍ତ କରିବାକୁ ଛାତ୍ରଛାତ୍ରୀଙ୍କୁ ଅପିଲ୍‌ କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ନିର୍ବାଚନ ପ୍ରକ୍ରିୟାକୁ ଶାନ୍ତିପୂର୍ଣ୍ଣ ଓ ସୁବ୍ୟବସ୍ଥିତ ଭାବେ ସମ୍ପନ୍ନ କରିବାକୁ ବିଭାଗ ପକ୍ଷରୁ ଏକ କଣ୍ଟ୍ରୋଲ ରୁମ୍ ଖୋଲାଯାଇଛି । ଏହା ମାଧ୍ୟମରେ ସମସ୍ତ କଲେଜ ଓ ବିଶ୍ବବିଦ୍ୟାଳୟର ନିର୍ବାଚନ ପ୍ରକ୍ରିୟା ଉପରେ ନଜର ରଖାଯାଉଛି । ନିରନ୍ତର ସମୀକ୍ଷା ଚାଲିଛି । ଶାନ୍ତିଶୃଙ୍ଖଳା ପାଇଁ ବିଭାଗ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନେଉଛି ବୋଲି କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ।ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି, ‘ଛାତ୍ର ନେତୃତ୍ୱକୁ ଉପଯୁକ୍ତ ସୁଯୋଗ ଦିଆଯାଇଛି । ଦୀର୍ଘ ବର୍ଷ ଧରି ବନ୍ଦ ରହିଥିବା ଛାତ୍ର ସଂସଦ ନିର୍ବାଚନ ପୁଣିଥରେ ଆରମ୍ଭ କରାଯାଉଛି । ଆଜିର ଅଭିଜ୍ଞତା ଆସନ୍ତାକାଲିକୁ ଦେଶର ରାଜ୍ୟର ନେତୃତ୍ବ ନେବାରେ ସହାୟକ ହେବ । ତେଣୁ ଯେଉଁ ସବୁ ଶିକ୍ଷାନୁଷ୍ଠାନରେ ନିର୍ବାଚନ ହେଉଛି ସେଠାକାର ସମସ୍ତ ଛାତ୍ରଛାତ୍ରୀଙ୍କୁ ଅନୁରୋଧ ବିନା ହିଂସାରେ ଗଣତନ୍ତ୍ରର ଏହି ଅନୁଭବରେ ସାମିଲ ହୁଅନ୍ତୁ । ଶାନ୍ତି ଓ ଶୃଙ୍ଖଳାର ସହ ନିଜର ମତଦାନ କରନ୍ତୁ ।’

ଅଧିକ ପଢନ୍ତୁ