ବିରୋଧୀ ଦଳ ନେତାଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ।

ବିରୋଧୀ ଦଳ ନେତାଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ । ବିଜୁବାବୁଙ୍କ ଜୟନ୍ତୀରେ ବିଶିଷ୍ଟ ଅତିଥିଭାବେ ଯୋଗଦେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ଜୟଦେବ ଭବନରେ ସଂଧ୍ୟା ୭ଟାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଜୟନ୍ତୀ ମହାସମାରୋହରେ ପାଳନ କରୁଛନ୍ତି ରାଜ୍ୟ ସରକାର । ବିଶିଷ୍ଟ ଅତିଥି ଭାବରେ ଯୋଗ ଦେବା ପାଇଁ ନବୀନଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ତେବେ ବର୍ତ୍ତମାନ ସୁଦ୍ଧା ନବୀନଙ୍କ ପ୍ରତିକି୍ରୟା ଆସିନାହିଁ । ନବୀନ ଆସନ୍ତାକାଲି ବିଜୁବାବୁଙ୍କ ଜୟନ୍ତୀ ଉତ୍ସବରେ ଯୋଗ ଦେବେ କି ନାହିଁ ତାହା ଉପରେ ସମସ୍ତଙ୍କ ନଜର ରହିଛି ।

ଅଧିକ ପଢନ୍ତୁ