ନବବର୍ଷର ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ନୂତନ ବର୍ଷ ୨୦୨୫ର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏଥିସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସଭିଙ୍କର ସୁଖ ଓ ସମୃଦ୍ଧି କାମନା କରିଛନ୍ତି ନବୀନ । ସେହିଭଳି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଇଂରାଜି ନବ ବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ସେ ସୋସିଆଲ୍ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ‘ ଇଂରାଜି ନୂତନ ବର୍ଷ ଅବସରରେ ଓଡ଼ିଶାର ପ୍ରିୟ ଭଉଣୀ ଭାଇମାନଙ୍କୁ ମୋର ଶୁଭେଚ୍ଛା। ମହାପ୍ରଭୁଙ୍କ କୃପାରୁ ନବ ବର୍ଷ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ।’