ବିଷାକ୍ତ ଖାଦ୍ୟ ଖାଇ ୨୦ ତୀର୍ଥ ଯାତ୍ରୀ ଅସୁସ୍ଥ। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ଵର ଜିଲ୍ଲା ସୋର ଅଞ୍ଚଳରେ। । ଡାକ୍ତରଖାନାରେ ସମସ୍ତଙ୍କର ଚିକିତ୍ସା ଚାଲିଛି ।
ସୂଚନା ଅନୁସାରେ କର୍ଣ୍ଣାଟକ ବେଙ୍ଗଲୁରୁ ସହରରୁ ପ୍ରାୟ ୫୦ ଜଣ ତୀର୍ଥଯାତ୍ରୀ ଏକ ବସ୍ ରେ ୨୫ ଦିନ ପାଇଁ ଭ୍ରମଣ ଆରମ୍ଭ କରିଥିଲେ । ଗତ ୨୬ ତାରିଖରେ ବିଭିନ୍ନ ତୀର୍ଥ ସ୍ଥାନ ଭ୍ରମଣ ପାଇଁ ବାହାରି ଗତକାଲି ଗୟାରୁ ପୁରୀ ଅଭିମୁଖେ ଯାଉଥିଲେ । ସୋର ନିକଟରେ ପହଞ୍ଚିବା ପରେ ସେଠାରେ ସମସ୍ତ ତୀର୍ଥ ଯାତ୍ରୀଙ୍କ ପାଇଁ ରୋଷେଇ କରାଯାଇଥିଲା । ସେଠାରେ ସମସ୍ତେ ଖାଇବା ପରେ କିଛି ସମୟ ପରେ ୨୦ ରୁ ଅଧିକ ଲୋକ ହଠାତ୍ ଅସୁସ୍ଥ ଅନୁଭବ କରିଥିଲେ ।। ତୁରନ୍ତ ସମସ୍ତଙ୍କୁ ଉଦ୍ଧାର କରାଯାଇ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।