ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସମ୍ବଲପୁର ଓ ବ୍ରହ୍ମପୁର ସହରରେ ‘ମୋ ବସ୍’ ସେବାର ଶୁଭାରମ୍ଭ କରିଛନ୍ତି।ସୂଚନାଯୋଗ୍ୟ ଯେ ଉଭୟ ସହରରେ ଆଜି ୧୫ଟି ଲେଖାଏଁ ବସ୍ ଚଳାଚଳ ପାଇଁ ସୁବିଧା କରାଯାଇଛି। ସମ୍ବଲପୁର ସହରରେ ସମ୍ବଲପୁର-ବୁର୍ଲା-ହୀରାକୁଦ ମଧ୍ୟରେ ଏହି ବସ୍ ଚଳାଚଳ କରିବ। ସେହିଭଳି ବ୍ରହ୍ମପୁର ସହରରେ ଏମ୍.କେ.ସି.ଜି ମେଡିକାଲ କଲେଜ- ଇଂଜିନିୟରିଂ ସ୍କୁଲ-ରେଲୱେ ଷ୍ଟେସନ-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ଏହି ବସ୍ ଚଳାଚଳ କରିବ।
ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଉତ୍ତମ ଯୋଗାଯୋଗ ସମୃଦ୍ଧ ଭବିଷ୍ୟତର ଆଧାର। ୫-ଟି ଉପକ୍ରମରେ ସାରା ରାଜ୍ୟରେ ଗାଁରୁ ସହର ସବୁଆଡ଼େ ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆସିଛି। ମୋ ବସ୍ଠାରୁ ଆରମ୍ଭ କରି ଲକ୍ଷ୍ମୀ ଯୋଜନା ଓ ମେଟ୍ରୋ ରେଳ ଯୋଜନା ନୂଆ ଓଡ଼ିଶା ଦିଗରେ ଆମର ଉଦ୍ୟମକୁ ଶକ୍ତିଶାଳୀ କରୁଛି।