ବ୍ଲାକଲିଷ୍ଟ ସଂସ୍ଥାକୁ ଦିଆଯାଇଛି ଆର୍‌ଆଇ, ଅମିନ ପରୀକ୍ଷା ଦାୟିତ୍ୱ

ଆର୍‌ଆଇ,ଅମିନ ପରୀକ୍ଷା କୁ ନେଇ ପ୍ରତିକ୍ରିୟା ଦେଲେ ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ । ବ୍ଲାକଲିଷ୍ଟ ସଂସ୍ଥାକୁ ପରୀକ୍ଷା ପରିଚାଳନା ଦାୟିତ୍ୱ ଦିଆଯିବା କଥା ନୁହେଁ । ଏହା ପୂର୍ବ ସରକାରରୁ ରହି ଆସିଛି, ଆମେ ଦେଖୁଛୁ, ତର୍ଜମା କରୁଛୁ । ଆମେ ପିଲାଙ୍କ ଭବିଷ୍ୟତ ସହ ଖେଳିବୁ ନାହିଁ । ପିଲାମାନେ ଆଶ୍ୱସ୍ତ ରୁହନ୍ତୁ, ଠିକ୍ ସମୟରେ ନିଷ୍ପତ୍ତି ନିଆଯିବ କହିଲେ ମନ୍ତ୍ରୀ ।ତେବେ ରାଜ୍ୟରେ ସରକାରୀ ଚାକିରି କରାଇଦେବାକୁ ଅନେକ ଦଲାଲ ମାତିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ଏକ ସାଇବର କାଫେରେ ଗ୍ରୁପ୍-ସି ଚାକିରି ପାଇଁ ପରୀକ୍ଷା କରାଯାଉଥିବା ଅଭିଯୋଗ ହୋଇଛି। ଓଡ଼ିଶା ସବୋର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ(ଓଏସଏସଏସସି) ଦ୍ୱାରା ଆର୍‌ଆଇ, ଏଆର୍‌ଆଇ, ଆଇସିଡିଏସ୍‌ ସୁପର ଭାଇଜର, ଅମିନ ପରୀକ୍ଷା ଏହି ପରୀକ୍ଷା ହେଉଥିବା ବେଳେ ପରୀକ୍ଷା କେନ୍ଦ୍ରରେ ବିଳମ୍ବ କାରଣରୁ ବିବାଦ ସୃଷ୍ଟି ହୋଇଥିଲା।ତେବେ ପରୀକ୍ଷାର୍ଥୀମାନେ ଅଭିଯୋଗ କରିଛନ୍ତି ଯେ, ଓଏସଏସଏସସି ଏକ ସାଇବର କାଫେରେ ପରୀକ୍ଷା କରୁଛି। ପରୀକ୍ଷା କେନ୍ଦ୍ର ତଳେ ହୋଟେଲ ରହିଥିବାରୁ ବିନା ଆଇ କାର୍ଡରେ ଲୋକମାନେ ମନଇଚ୍ଛା ଭିତରକୁ ପ୍ରବେଶ କରୁଛନ୍ତି। ଫଳରେ ପରୀକ୍ଷାରେ ସ୍ୱଚ୍ଛତା ରହିବା ନେଇ ପ୍ରଶ୍ନ ଉଠିଛି।

ଅଧିକ ପଢନ୍ତୁ