ନୟାଗଡ଼, (ଓଡ଼ିଶା ଦର୍ପଣ): ନୟାଗଡ଼ ସଙ୍ଗୀତଧାରା ପକ୍ଷରୁ ଚାଲିଥିବା ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ବ୍ଲକ ପର୍ଯ୍ୟାୟ ଅଡିସନ ଆଜି ଗଣିଆ ବ୍ଲକ ଅଡିସନ ସହିତ ଶେଷ ହୋଇଛି।ଆସନ୍ତା ୫ ତାରିଖରେ ଏହାର ସେମିଫାଇନାଲ ପ୍ରତିଯୋଗିତା ନୟାଗଡ଼ରେ ଅନୁଷ୍ଠିତ ହେବ। ଗଣିଆ ବ୍ଲକରେ ଅନୁଷ୍ଠିତ ପ୍ରତିଯୋଗିତାରେ ୪ ଜଣ ପ୍ରତିଯୋଗୀ ସେମିଫାଇନାଲକୁ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେମାନେ ହେଲେ ଓମକାର ମହାପାତ୍ର, ଅଭିମନ୍ୟୁ ପଣ୍ଡା, ଲୀନା ସାହୁ ଏବଂ କଲ୍ୟାଣୀ କରଣ।
।ସଙ୍ଗୀତଧାରା ସମ୍ପାଦକ ତଥା ସଙ୍ଗୀତ ନିର୍ଦ୍ଦେଶକ ପ୍ରଶାନ୍ତ କୁମାର ଦାଶଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ପ୍ରତିଯୋଗିତାରେ ଅନୁଷ୍ଠାନ ସଂଯୋଜକ ଲକ୍ଷ୍ମୀଧର ସାହୁ,କବି ଅଶୋକ ମଲ୍ଲ, ସୁରେଶ ବେହେରା, ପୂର୍ଣଚନ୍ଦ୍ର ସାହୁ, ନୀଳିମା ସୁନ୍ଦରୀ ମହାରଣା ପ୍ରମୁଖ ଉପସ୍ଥିତ ଥିଲେ। ସୂଚନା ଯୋଗ୍ୟ ଯେ ଜିଲ୍ଲା ସ୍ତରରେ ଅନୁଷ୍ଠିତ ଏହି ଭକ୍ତି ସଙ୍ଗୀତ ପ୍ରତିଯୋଗିତାରେ ୮ଟି ବ୍ଲକରୁ ୧୩୯ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୫୭ ଜଣ ସେମି ଫାଇନାଲକୁ ଉତ୍ତୀର୍ଣ୍ଣ ହୋଇଛନ୍ତି। ପ୍ରତିଯୋଗିତାରେ ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ସଂଗୀତାନୁଷ୍ଠାନ ମାନଙ୍କରୁ ୧୪ ରୁ ୨୪ବର୍ଷ ବୟସର କଣ୍ଠଶିଳ୍ପୀ ମାନେ ଅଂଶ ଗ୍ରହଣ କରିଥିଲେ।
ଚୂଡ଼ାନ୍ତ ପର୍ଯ୍ୟାୟରେ ଅନୁଷ୍ଠିତ ହେବାକୁ
ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ‘ନୟାଗଡ଼ ସଙ୍ଗୀତ କଲ୍ଲୋଳ’ ଉପାଧି ସହିତ ନଗଦ ୧୧ ହଜାର ଟଙ୍କା ପୁରସ୍କାର ଅର୍ଥରାଶି ଏବଂ ଦ୍ୱିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ମାନଙ୍କୁ କ୍ରମାନ୍ୱୟେ ୫ ହଜାର ଏବଂ ୩ ହଜାର ଅର୍ଥରାଶି ପୁରସ୍କାର ସହିତ ପ୍ରତିଯୋଗୀଙ୍କୁ ମାନପତ୍ର ପ୍ରଦାନ କରାଯିବ ବୋଲି ଅନୁଷ୍ଠାନର ସଭାପତି ଡ. ବିଜୟ କୁମାର ଚୌଧୁରୀ, ମୁଖ୍ୟ ପୃଷ୍ଠପୋଷକ ପ୍ରମୋଦ ପଟ୍ଟନାୟକ ଏବଂ ସମ୍ପାଦକ ପ୍ରଶାନ୍ତ କୁମାର ଦାଶ ଏକ ବିବୃତିରେ ଜଣାଇଛନ୍ତି।