ଖଣି ଅଫିସରଙ୍କ ଘରୁ ମିଳିଲା ୪ କୋଟି । ଓଡ଼ିଶା ଭିଜିଲାନ୍ସ ଇତିହାସରେ ସବୁଠାରୁ ବଡ଼ ନଗଦ ଜବତ । କଟକ ସର୍କଲ ଖଣି ଉପ ନିର୍ଦ୍ଦେଶକ ଦେଵବ୍ରତ ମହାନ୍ତିଙ୍କ ଘରେ ଟଙ୍କାର ପାହାଡ଼ ।ଖଣି ଉପନିର୍ଦ୍ଦେଶକଙ୍କ ତିନୋଟି ଠିକଣାରେ ଚଢ଼ାଉ ହୋଇଛି ।ଜଣେ ଲାଇସେନ୍ସ ପ୍ରାପ୍ତ କୋଇଲା ବ୍ୟବସାୟୀଙ୍କ କାରବାରରେ ସହାୟତା ପାଇଁ ଖଣି ଉପନିର୍ଦ୍ଦେଶକ ଶ୍ରୀ ଦେବବ୍ରତ ମହାନ୍ତି ୩୦ ହଜାର ଟଙ୍କା ଲାଞ୍ଚ ମାଗୁଥିଲେ । ଏନେଇ ବ୍ୟବସାୟୀ ଭିଜିଲାନ୍ସକୁ ଜଣାଇବା ପରେ ଚଢ଼ାଉ କରାଯାଇଥିଲା । ଖଣି ଉପନିର୍ଦ୍ଦେଶକଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ ହୋଇଛି । ଟ୍ରଲି ବ୍ୟାଗ୍ ଏବଂ ଆଲମିରା ଭିତରେ ଲୁଚାଇ ରଖାଯାଇଥିବା ୪ କୋଟିରୁ ଅଧିକ ଟଙ୍କା ମିଳିଛି । ତାଙ୍କ ଅଫିସ୍ ଡ୍ରୟରରୁ ମଧ୍ୟ ୧କୋଟି ୨୦ ଲକ୍ଷ ଟଙ୍କା ମିଳିଛି । ଟଙ୍କା ଗଣତି ଏବେ ମଧ୍ୟ ଜାରି ରହିଛି ।ଭୁବନେଶ୍ୱର ପାହଳଠାରେ ଏକ ଦୁଇ ମହଲା କୋଠା ଏବଂ ପ୍ରାୟ ୧୩୦ ଗ୍ରାମର ସୁନା ଗହଣା ଠାବ ହୋଇଛି । ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ ।
