ଭରତପୁର ଥାନା ଘଟଣା ପରିପ୍ରେକ୍ଷୀରେ ଆଜି କେନ୍ଦୁଝର ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦୁଝର ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ଲୋକସେବା ଭବନରେ ଏହି ଉଚ୍ଚସ୍ତରୀୟ ବୈଠକ କରିଥିଲେ। ଯେଉଁଥିରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମାନ୍ୟବର ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଉକ୍ତ ତଦନ୍ତ ହେବ । ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ମାନ୍ୟବର କମିଶନଙ୍କୁ ଅନୁରୋଧ କରାଯାଇଛି ।ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ପ୍ରମୁଖି ଉପସ୍ଥିତି ଥିଲେ ।