ଭରତପୁର ଥାନା ମାମଲାରେ ତଦନ୍ତ ଶେଷ

ଭରତପୁର ଥାନା ମାମଲାରେ ତଦନ୍ତ କମିଶନଙ୍କ ତଦନ୍ତ ବୁଧବାର ଶେଷ ହୋଇଛି। ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ତଦନ୍ତ ଶେଷ ହୋଇଥିବା ନେଇ ସୂଚନା ଦେଇଛନ୍ତି ଜଷ୍ଟିସ ସି.ଆର ଦାଶ କମିଶନଙ୍କ ସଚିବ ଶୁଭେନ୍ଦ୍ର ମହାନ୍ତି। ଆସନ୍ତା ୨୮ ତାରିଖ ସୁଦ୍ଧା ସରକାରଙ୍କୁ ରିପୋର୍ଟ ଦିଆଯିବ। ମିଳିଥିବା ସାକ୍ଷ୍ୟ ପ୍ରମାଣ ଆଧାରରେ ଏହି ରିପୋର୍ଟ ଦିଆଯିବ।ଆଜି ବାନ୍ଧବୀ ଏବଂ ତାଙ୍କ ଓକିଲ ଅଭିଯୁକ୍ତ ପୋଲିସ ଏବଂ ସାକ୍ଷୀ ଥିବା ମୋଟ ୩୫ ଜଣଙ୍କୁ ଜେରା କରିବାର ଥିଲା । ମେଜରଙ୍କ ବାନ୍ଧବୀଙ୍କ ଓକିଲ ଆସନ୍ତା ୧୫ ଯାଏଁ ସମୟ ମାଗିଥିଲେ । କମିଶନଙ୍କ ନିକଟରେ ଆଉ ସମୟ ନ ଥିବାରୁ ତଦନ୍ତକୁ ଶେଷ କରିଛନ୍ତି ।

ସୂଚନାଯୋଗ୍ୟ, ଗତବର୍ଷ ସେପ୍ଟେମ୍ବର ୧୪ ରାତିରେ ଭରତପୁର ଥାନା ଅଞ୍ଚଳରେ ସେନାର ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରାଯାଇଥିଲା । ଅଭିଯୋଗ ପାଇଁ ଉଭୟ ଥାନାରେ ଥାନାରେ ପହଞ୍ଚିଲା ପରେ ପୋଲିସ ସେମାନଙ୍କ ସହ ଦୁର୍ବ୍ୟବହାର ସହ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା । ଘଟଣାରେ ତତ୍କାଳୀନ ଭରତପୁର ଥାନା ଆଇଆଇସି ଓ ୪ ଜଣ ପୋଲିସ କର୍ମଚାରୀଙ୍କୁ ଚାକିରିରୁ ନିଲମ୍ବନ କରାଯାଇଥିଲା । ପରେ ଏହାକୁ ନେଇ ସରକାର ତଦନ୍ତ କମିଶନ ବସାଇଥିଲେ ।

ଅଧିକ ପଢନ୍ତୁ