ପୁର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଭାରତର ରାଜନୈତିକ ଇତିହାସରେ ଜଣେ ସଫଳ ବ୍ୟକ୍ତିତ୍ୱ ହେଉଛନ୍ତି ଅଟଳ ବିହାରି ବାଜପେୟୀ, ଯିଏ ଜୀବନର ପ୍ରତି କ୍ଷେତ୍ରରେ ସଫଳତାର ଶୀର୍ଷକୁ ଛୁଇଁପାରିଛନ୍ତି । ସେ ଏକାଧାରରେ ଜଣେ ବିଚକ୍ଷଣ ରାଜନୀତିଜ୍ଞ, ପ୍ରଶାସକ, ଭାଷାବିତ, କବି, ସମ୍ବାଦିକ ଓ ଲେଖକ । ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ଆଦର୍ଶରେ ଅନୁପ୍ରାଣିତ ହୋଇ, ଅଟଳ ବିହାରୀ ଉଦାରବାଦ, ସହନଶୀଳତା, ସମାନତାକୁ ନେଇ ରାଜନୀତିରେ ପାଦ ଥାପିଥିଲେ । ମଧ୍ୟପ୍ରଦେଶର ଗ୍ୱାଲିଅରରେ ୧୯୨୪ ମସିହା ଡିସେମ୍ବର ୨୫ରେ ଜନ୍ମଗ୍ରହଣ କରିଥିଲେ ଅଟଳ । ଆଜି ତାଙ୍କ ଶ୍ରାଦ୍ଧ ବାର୍ଷିକୀ । ତାଙ୍କ ବାପା ଥିଲେ ଶିକ୍ଷକ ଓ ମାଆ ସୁଗୃହିଣୀ । କିନ୍ତୁ ତାଙ୍କର ପ୍ରକୃତ ଘର ଥିଲା ଉତ୍ତରପ୍ରଦେଶ ଆଗ୍ରା ଜିଲ୍ଲାର ବଟେଶ୍ୱରରେ । ତାଙ୍କର ରାଜନୈତିକ ଜନ୍ମସ୍ଥଳୀ ଥିଲା ଉତ୍ତରପ୍ରଦେଶ । ରାଜଧାନୀ ଲକ୍ଷ୍ନୌରୁ ସେ ଏମପି ଭାବେ ନିର୍ବାଚିତ ହୋଇଥିଲେ । ରାଜନୀତିରେ ତାଙ୍କ ଭଳି ବ୍ୟକ୍ତିତ୍ୱ ଥିଲେ ବିରଳ । ରାଜନୀତିରେ ସଂଖ୍ୟା ବା ଯୋଡତୋଡରେ ବିଶ୍ୱାସ କରୁନଥିଲେ ଜନନାୟକ ଅଟଳବିହାରୀ ବାଜପେୟୀ । ଫଳରେ ମାତ୍ର ଗୋଟିଏ ଭୋଟ ପାଇଁ ପ୍ରଧାନମନ୍ତ୍ରୀ ପଦ ଛାଡିବାକୁ ପଡିଥିଲା । ମାତ୍ର ୧୩ ଦିନର ଶାସନ ଭାଂଗିଯାଇଥିଲା । ଆଉ ଶେଷରେ ତାଙ୍କୁ ବିରୋଧୀ ଦଳ ନେତାର ଦାୟିତ୍ୱ ନିଭାଇବାକୁ ପଡିଥିଲା । ପରେ ହୋଇଥିବା ନିର୍ବାଚନରେ ସେ ଦୁଇ ଦୁଇ ଥର ଭାରତର ପ୍ରଧାନମନ୍ତ୍ରୀ ପଦ ସମ୍ଭାଳିଥିଲେ । ସେ ଭାରତରେ ରତ୍ନ ସମ୍ମାନରେ ମଧ୍ୟ ସମ୍ମାନୀତ ହୋଇଥିଲେ । ୧୬ ଅଗଷ୍ଟ ୨୦୧୮ ମସିହାରେ ସେ ମୃତ୍ୟୁ ବରଣ କରିଥିଲେ ।
