ଭାରତରତ୍ନ ଡ.ଅବଦୁଲ କାଲାମଙ୍କ ୯୪ତମ ଜନ୍ମବାର୍ଷିକ ପାଳିତ

ନୟାଗଡ଼,(ଓଡ଼ିଶା ଦର୍ପଣ): ବିଶିଷ୍ଟ ବୈଜ୍ଞାନିକ ତଥା ଭାରତର ମିଶାଇଲ ମ୍ୟାନ,ପ୍ରଥମ ବୈଜ୍ଞାନିକ ରାଷ୍ଟ୍ରପତି  ଭାରତରତ୍ନ  ସ୍ୱର୍ଗତ ଡ.ଏ.ପି.ଜେ ଅବଦୁଲ କାଲାମଙ୍କ ୯୪ତମ ଜନ୍ମବାର୍ଷିକୀ  ଅବଦୁଲ କାଲାମ ସ୍ମୃତି କମିଟି ଏବଂ ଶିକ୍ଷକ ସମାଜ ପକ୍ଷରୁ ନୟାଗଡ଼ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ପାଳିତ ହୋଇଯାଇଛି । ଆଜି ପୂର୍ବାହ୍ନରେ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ପରିସରରେ ସ୍ଥାପିତ ଡ.କାଲାମଙ୍କ ପ୍ରତିମୂର୍ତ୍ତିରେ ଧୂପ,ଦୀପ ଏବଂ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଗଭୀର ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇଛି ।

ଏହି ଉପଲକ୍ଷେ ଆୟୋଜିତ ଏକ ନିରାଡ଼ମ୍ବର ଉତ୍ସବରେ ମୁଖ୍ୟ ଅତିଥିଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଏବଂ ସମ୍ମାନୀତ ଅତିଥି ଭାବେ ଜିଲ୍ଲା ଶିକ୍ଷାଧିକାରୀ ଚିତ୍ତରଞ୍ଜନ ପାଣ୍ଡେ,ବ୍ଲକ ଶିକ୍ଷାଧିକାରୀ ଉମାକାନ୍ତ ସେଠି,ଅତିରିକ୍ତ ବ୍ଳକ ଶିକ୍ଷାଧିକାରୀ ଧନେଶ୍ୱର ସେଠୀ, ମା’ଫାଉଣ୍ଡେସନ ସମ୍ପାଦକ ରଞ୍ଜନ ରଶ୍ମି ଜେନା, ସମାଜସେବୀ ସ୍ନିଗ୍ଧା ପଟ୍ଟନାୟକ ପ୍ରମୁଖ ଯୋଗଦାନ କରି ଡ.କଲାମଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାପାଇଁ ଆହ୍ୱାନ ଦେଇଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ନୟାଗଡ଼ ବ୍ଳକ ଶିକ୍ଷକସଂଘ ନେତା ବଟକୃଷ୍ଣ ମିଶ୍ର, ମାଣିକେଶ୍ବର ସ୍ୱାଇଁ, ଶେଖ ଅବଦୁଲ ଖାଲିକ, ଲକ୍ଷ୍ମୀଧର ସାହୁ,ପ୍ରଶାନ୍ତ କୁମାର ପଟ୍ଟନାୟକ, ଅଶୋକ ମଲ୍ଲ,ସୌଦାମିନୀ ସ୍ୱାଇଁ,ଉଷାମଣୀ ମିଶ୍ର,ସନ୍ତୋଷ ପ୍ରଧାନ,ସଲିମ ଇବ୍ରାହୀମ, ଉମେଶ ସ୍ୱାଇଁ, ଭଗବାନ ପଣ୍ଡା,ରବିନ୍ଦ୍ର କୁମାର ସାହୁ, ଚିତ୍ତରଂଜନ ଦାଶ  ପ୍ରମୁଖ ଯୋଗଦାନ କରି  ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। By:-Laxmidhar Sahoo

ଅଧିକ ପଢନ୍ତୁ

Odisha Darpan Digital