ଭାରରତ ରେଳ ମାନଚିତ୍ରରେ ସାମିଲ ହେବ ବୌଦ୍ଧ ।

ବୌଦ୍ଧ ଜିଲାବାସୀଙ୍କ ଦୀର୍ଘଦିନର ଦାବି ପୂରଣ ହେବାକୁ ଯାଉଛି। ଶୁକ୍ରବାରଠାରୁ ବୌଦ୍ଧ ଜିଲାରୁ ରେଳ ଚଳାଚଳ ଆରମ୍ଭ ହେବ। ତେବେ ବୌଦ୍ଧ ଜିଲ୍ଲାରେ ୧୩୭୬ କୋଟି ଟଙ୍କା ବ୍ୟୟରେ ନିର୍ମିତ ସୋନପୁର-ପୁରୁଣାକଟକ ୭୩ କିଲୋମିଟର ଲମ୍ବାର ନୂତନ ରେଳ ଲାଇନର ଉଦଘାଟନ କରିବେ ପ୍ରଧାମନ୍ତ୍ରୀ ମୋଦି । ସୋନପୁର-ପୁରୁଣାକଟକ ସେକ୍ସନରେ ପ୍ରଥମ ଥର ପାଇଁ ବୌଦ୍ଧ ଜିଲ୍ଲା ମୁଖ୍ୟାଳୟରେ ରେଳ ନେଟୱାର୍କ ପହଞ୍ଚିଛି ।ଏହି ରେଳ ଲାଇନ ୩୦୧ କିଲୋମିଟର ଲମ୍ବା ଖୋର୍ଦ୍ଧା ରୋଡ-ବଲାଙ୍ଗିର ରେଳ ଲାଇନର ଏକ ଅଂଶ । ରେଳ ବିଭାଗର ବରିଷ୍ଠ ଅଧିକାରୀମାନେ ବୌଦ୍ଧ ଓ ପୁରୁଣାକଟକ ରେଳ ଷ୍ଟେଶନରେ ସମସ୍ତ ପ୍ରକାର ସୁବିଧା ପ୍ରସ୍ତୁତି ନିରୀକ୍ଷଣ କରିଛନ୍ତି। ବୌଦ୍ଧ ଓ ପୁରୁଣାକଟକରୁ ଏକସଙ୍ଗେ ୨ଟି ଟ୍ରେନ ସେବା ଆରମ୍ଭ ହେବ। ଭକ୍ତମାନେ ସୁବିଧାରେ ଭୈରବୀ ମନ୍ଦିରକୁ ଯାଇପାରିବେ । ଏହି ଅଞ୍ଚଳର ସାମାଜିକ ଏବଂ ଅର୍ଥନୈତିକ ସଂଯୋଗକୁ ଆହୁରି ମଜବୁତ କରିବ ଏହି ରେଳ ସେବା । ଉଦଘାଟନକୁ ପ୍ରତୀକ୍ଷା କରିଛନ୍ତି ବୌଦ୍ଧବାସୀ ।

ଅଧିକ ପଢନ୍ତୁ

kc ads