କଟକ ଟାଙ୍ଗୀରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କରକୁ ପିଟିଲା ବୋଲେରୋ । ୩ ମୃତ, ୨ ଗୁରୁତର । ସମସ୍ତଙ୍କୁ କଟକ SCBରେ ଭର୍ତ୍ତି କରାଯାଇଛି । ମୃତକଙ୍କ ମଧ୍ୟରେ ଡ୍ରାଇଭର ସମେତ ଦୁଇ ଜଣ ପୁରୁଷ ଅଛନ୍ତି । ଖବର ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ ଏକ ବୋଲେରୋ ଗାଡ଼ିରେ ପାଞ୍ଚ ଜଣ ଯାଜପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା । ହେଲେ ବୋଲେରୋଟି ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଡିଭାଇଡର ସହିତ ପିଟି ହୋଇଥିଲା । ଏହାପରେ ରାସ୍ତାରେ ଯାଉଥିବା ଏକ ଟ୍ୟାଙ୍କରକୁ ଧକ୍କା ଦେଇଥିଲା । ଯାହାଫଳରେ ଘଟଣାସ୍ଥଳରେ ହିଁ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ଦୁର୍ଘଟଣା ଘଟିବା ପରେ ଜାତୀୟ ରାଜପଥ କର୍ମଚାରୀ ଓ ଟାଙ୍ଗୀ ପୁଲିସଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିଥିଲେ । ବର୍ତ୍ତମାନ ପଯ୍ୟନ୍ତ ଗୁରୁତର କିମ୍ବା ମୃତକ ଙ୍କ ପରିଚୟ ମିଳିପାରିନାହିଁ । ଟାଙ୍ଗୀ ପୁଲିସ ଦୁର୍ଘଟଣା ଘଟିଥିବା ଗାଡ଼ି ଦୁଇଟିକୁ ଜବତ୍ କରିବା ସହିତ ଅଧିକ ତଦନ୍ତ ଜାରି ରଖିଛି ।
