ଭିଆରଏସ୍‌ ନେଲେ ସୁଜାତା କାର୍ତ୍ତିକେୟନ୍ !

ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବଡ଼ ଖବର। IAS ଚାକିରିରୁ ଅବସର ନେଇଛନ୍ତି ସୁଜାତା କାର୍ତ୍ତିକେୟନ।୧୫ ଦିନ ତଳେ ସେ କେନ୍ଦ୍ର ନିକଟରେ ଭିଆରଏସ୍ ପାଇଁ ଆବେଦନ କରିଥିଲେ । କେନ୍ଦ୍ର ସରକାର ଭିଆରଏସକୁ ମଞ୍ଜୁରି ଦେଇଥିବା ଜଣାପଡ଼ିଛି । ୨୦୦୦ ବ୍ୟାଚ୍‌ ର ଆଇଏଏସ୍ ଅଫିସର ହେଉଛନ୍ତି ସୁଜାତା କାର୍ତ୍ତିକେୟନ୍ । ବିଜେଡି ନେତା ଭିକେ ପାଣ୍ଡିଆନ୍‌ଙ୍କ ପତ୍ନୀ ହେଉଛନ୍ତି ସୁଜା କାର୍ତ୍ତିକେୟନ୍ । ପୂର୍ବରୁ ଭିଆର୍‌ଏସ୍‌ ନେଇ ଭିକେ ପାଣ୍ଡିଆନ୍ ମଧ୍ୟ ରାଜନୀତିକୁ ଆସିଥିଲେ । ଏବେ ସ୍ବେଚ୍ଛାକୃତ ଅବସର ଗ୍ରହଣ କରିବା ଖବର ପରେ ଏବେ ତାଙ୍କର ଆଗାମୀ ଷ୍ଟେପ ଉପରେ ସମସ୍ତଙ୍କ ନଜର ରହିଛି ।

ଅଧିକ ପଢନ୍ତୁ

kc ads