ଭିଜିଲାନ୍ସ ଜାଲରେ କୋଟିପତି କିରାଣୀ

ଭିଜିଲାନ୍ସ ଜାଲରେ କୋଟିପତି କିରାଣୀ । ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କୋଟିପତି କିରାଣୀ ସୁବ୍ରତ ବେହେରାଙ୍କ ଘରେ ରେଡ୍ । ସୁବ୍ରତ ପ୍ରାୟ ୨.୩୮ କୋଟି ଟଙ୍କାର ସରକାରୀ ପାଣ୍ଠି ହରିଲୁଟ କରିଥିବା ଅଭିଯୋଗରେ କଟକ ଭିଜିଲାନ୍ସ ଥାନାରେ କେସ ନଂ ୦୬/୨୦୨୬ ଅନୁଯାୟୀ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।ଗତକଲି ସୁବ୍ରତଙ୍କ ମାରାଥନ୍ ଜେରା ପରେ ଛଡାଯାଇଥିଲା । ଆଜି ୩ଟି ଟିମ୍ ରେଡ୍ କରୁଛନ୍ତି । ନିଜ ଦରମା ବଢ଼ାଇ ରାଜକୋଷରୁ ପ୍ରାୟ ଅଢେଇ ଲକ୍ଷ ଟଙ୍କା ଲୁଟି ନେଇଥିଲେ ସୁବ୍ରତ । ଏହାସହ ଅନେକ ଡାକ୍ତରଙ୍କୁ ବି ଚୁନା ଲଗାଇଛନ୍ତି । ହସ୍ପିଟାଲ ପକ୍ଷରୁ ମାମଲା ରୁଜୁ ହେବା ପରେ ସୁବ୍ରତ ଫେରାର ହୋଇଯାଇଥିଲେ । ଏହାପରେ ଭିଜିଲାନ୍ସରେ ମାମଲା ଦାଖଲ କରିଥିଲା ସ୍ଵାସ୍ଥ୍ୟ ବିଭାଗ । ଦୀର୍ଘ ସାଢ଼େ ୩ ମାସ ପରେ ସୁବ୍ରତଙ୍କୁ ଧରିଛି ଭିଜିଲାନ୍ସ । HRMS ପୋର୍ଟାଲ ମାଧ୍ୟମରେ ନିଜ ଦରମା ଅହେତୁକ ବୃଦ୍ଧି କରି ଲୁଟୁଥିବା ଅଭିଯୋଗ ହୋଇଛି ।ଭିଜିଲାନ୍ସର ୫ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର ଏବଂ ୧୪ ଜଣ ଏଏସଆଇଙ୍କ ନେତୃତ୍ୱରେ ମୋଟ ୫ଟି ସ୍ଥାନରେ ତଲାସି ଜାରି ରହିଛି।

ଅଧିକ ପଢନ୍ତୁ