ଭିଜିଲାନ୍ସ ଜାଲରେ ITDA ପିଏ

ଭିଜିଲାନ୍ସ ଜାଲରେ ITDA ଅଧିକାରୀ । ସୁନ୍ଦରଗଡ଼ ଜିଲ୍ଲା ବଣାଇ ପ୍ରକଳ୍ପ ଅଧିକାରୀ ବିଶ୍ୱଦର୍ଶୀ ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ କରାଯାଇଛି । ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ଚାଲିଛି ଚଢାଉ । । ଆୟ ବର୍ହିଭୁତ ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚାଲିଛି ରେଡ୍ । ଯାଜପୁର ଟାଉନରେ ସମ୍ପର୍କୀୟଙ୍କ ଘରେ ମଧ୍ୟ ଚାଲିଛି ରେଡ଼।

ସେହିପରି ଭୁବନେଶ୍ୱର, ବାଲେଶ୍ଵର, ଯାଜପୁର ଓ ସୁନ୍ଦରଗଡ଼ରେ ଚଢ଼ାଉ କରୁଛି ଭିଜିଲାନ୍ସ । ରେଡରେ ଜଣେ ଅତିରିକ୍ତ ଏସପି, ତିନି ଜଣ ଡ଼ିଏସପି, ୧୦ ଇନିସ୍ପେକ୍ଟର ଓ ଭିଜିଲାନ୍ସର ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି। ତେବେ ବର୍ତ୍ତମାନ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ କୌଣସି ତଥ୍ୟ ମିଳିନାହିଁ । ଚଢାଉ ଶେଷ ପରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ ନେଇ ସବିଶେଷ ତଥ୍ୟ ଦିଆଯିବ ବୋଲି ସୂଚନା ମିଳିଛି ।

ଅଧିକ ପଢନ୍ତୁ