ଭିଜିଲାନ୍ସ ଜାଲରେ ସରକାରୀ ବାବୁ। ଧରାପଡ଼ିଛନ୍ତି କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ଏଡିଇଓ (Accountant cum Data Entry Operator) ପାର୍ଥସାରଥୀ ବିଷୋୟୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମର ଚଢ଼ାଉ ଚାଲିଛି। ଏକକାଳୀନ ୭ଟି ସ୍ଥାନରେ ଚାଲିଛି ରେଡ୍ । ଯେଉଁଥିରେ ତାଙ୍କ ବାସଭବନ ଏବଂ ଅଫିସ ଆଦି ସ୍ଥାନ ରହିଛି । ତେବେ ବର୍ତ୍ତମାନ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ କୌଣସି ସୂଚନା ମିଳିନାହିଁ । ଭିଜିଲାନ୍ସର ଚଢାଉ ଶେଷ ପରେ ସବିଶେଷ ତଥ୍ୟ ଦିଆଯିବ ବୋଲି ସୂଚନା ମିଳିଛି । ଚଢାଉରେ ଭିଜିଲାନ୍ସ ଟିମରେ ୨ ଏଡିଡିଆଇ, ଏସପି, ୪ ଡିଏସପି, ୬ ଇନ୍ସପେକ୍ଟର, ୫ ଏଏସଆଇ ଏବଂ ଅନ୍ୟାନ୍ୟ ସପୋର୍ଟିଂ ଷ୍ଟାଫ ସାମିଲ ଅଛନ୍ତି। ତେବେ ଜୟପୁରର ସ୍ପେସିଆଲ ଜଜଙ୍କ ନିର୍ଦ୍ଦେଶ କ୍ରମେ ଭିଜିଲାନ୍ସ ଏହି ଚଢାଉ କରିଛି।
