ଭିତରକନିକାରେ ବଢିଲା ବିଦେଶୀ ପକ୍ଷୀ ସଂଖ୍ୟା

ଭିତରକନିକା ଜାତୀୟ ଉଦ୍ୟାନରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଚଳିତ ମାସ ୧୮ ତାରିଖ ଦିନ ବନ ବିଭାଗ ପକ୍ଷରୁ ହୋଇଥିବା ଗଣନା ରିପୋର୍ଟରୁ ଏହା ଜଣାପଡିଛି। ଗତବର୍ଷ ଭିତରକନିକାରେ ୧ ଲକ୍ଷ ୫୧ ହଜାର ୬୧୪ଟି ପକ୍ଷୀ ଭିଡ଼ ଜମାଇଥିବା ବେଳେ ଚଳିତବର୍ଷ ଭିତରକନିକାକୁ ୧ ଲକ୍ଷ ୫୨ ହଜାର ୭୬୨କୁ ବୃଦ୍ଧି ପାଇଛି।ଚଳିତବର୍ଷ ଭିତରକନିକାରେ ଗ୍ରେଟ ବିଟର୍ଣ୍ଣ ଜାତୀୟ ପକ୍ଷୀଙ୍କୁ ପ୍ରଥମଥର ପାଇଁ ଦେଖିବାକୁ ମିଲିଛି। ଗହୀରମଥା ଅଚଂଳରେ ଏହି ପକ୍ଷୀଙ୍କୁ ଦେଖିବାକୁ ମିଳିଛି। ଚଳିତବର୍ଷ ଭିତରକନିକାରେ ବିରଳ କମନସେଲ ଡକ, କମନ ଟିଲ, ଆବୋସେଟ ଓ ଗଡୱିକ ପକ୍ଷୀଙ୍କୁ ଦେଖିବାକୁ ମିଳିଛି। ଗଡୱିକ ଜାତୀୟ ପକ୍ଷୀ ଅନ୍ୟ ସ୍ଥାନରେ କମ୍ ଦେଖାଯାଉଥିବା ବେଳେ ଭିତରକନିକାରେ ଏମାନଙ୍କ ସଂଖ୍ୟା ଅଧିକ ରହିଛି। ଏହାବାଦେ ଭିତରକନିକାରେ କମନ ସୋଲଭର ଜାତୀୟ ପକ୍ଷୀଙ୍କୁ ମଧ୍ୟ ଦେଖିବାକୁ ମିଳିଛି। ୧୮ଟି ଟିମ ଭିତରକନିକା ଅଭୟାରଣ୍ୟର ମହାନଦୀ ଡେଲଟା ସମେତ ରାଇପାଟିଆ, ସାତଭାୟା ଘେରି, ସାତଭାୟାର ବିସ୍ତୀର୍ଣ୍ଣ ଆର୍ଦ୍ରଭୂମୀ, ଜମ୍ବୁ, ବତୀଘର, ବରୁଣେଇ ମୁହାଁଣ, ପ୍ରହରାଜପୁର, କଂସାରିପାଟିଆ, ଖୋଳା, ନଳିତାପାଟିଆ, ଦୁର୍ଗାପୁରମୁହାଁଣ, ଲକ୍ଷ୍ମୀପ୍ରସାଦଡିଆଁ, କାଳିଭଂଜଡିଆଁ, ମଗରକନ୍ଦା, ଚିଂଚିରି ମାଉଥ, ଚିତଉକୋଲ୍ଲା, ଭିତରକନିକାମାଉଥ, ଏକମାଣିଆ, ରାଜଗଡ ପ୍ରଭୃତି ସ୍ଥାନ ମାନଙ୍କରେ ଏହି ଗଣନା କାର୍ଯ୍ୟ କରାଯାଇଥିଲା ।

ଅଧିକ ପଢନ୍ତୁ