ଭିସା ପାଇଁ ଆଉ କୋଲକାତା, ଦିଲ୍ଲୀ କି ହାଇଦ୍ରାବାଦ ଦୌଡ଼ିବେନି ଓଡ଼ିଶାବାସୀ। ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ଭୁବନେଶ୍ଵରରେ ହେବ ଗ୍ଲୋବାଲ୍ ଭିସା ଆପ୍ଲିକେସନ ସେଣ୍ଟର। ବରମୁଣ୍ଡା ବସ୍ ଟର୍ମିନାଲ୍ ବିଲ୍ଡିଂରେ ଏହି ସେଣ୍ଟର କାର୍ଯ୍ୟକ୍ଷମ ହେବ। ଏଥିପାଇଁ ରାଜ୍ୟ ସରକାର ୩ ହଜାର ବର୍ଗଫୁଟର ଜାଗା ଯୋଗାଇ ଦେବେ।ଭୁବନେଶ୍ୱରରେ ଏକ ଭିସା ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ରାଜ୍ୟବାସୀଙ୍କ ପକ୍ଷରୁ ବହୁ ଦିନରୁ ଦାବୀ ରହିଆସୁଥିଲା। ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।
