ଭିସୁଟରେ ଲାଗୁ ହେଲା ୟୁନିଫର୍ମ ବା ଡ୍ରେସ କୋଡ୍ । ପ୍ରଥମ ଥର ପାଇଁ ଛାତ୍ରଛାତ୍ରୀଙ୍କ ପାଇଁ ୟୁନିଫର୍ମ ଲାଗୁ ହୋଇଛି । ୨୦୨୫-୨୦୨୬ ବର୍ଷ ପାଇଁ ଆଡମିଶନ ନେଇଥିବା ସମସ୍ତ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏହା ଲାଗୁ ହେବ । ସାଲୱାର କମିଜ ପିନ୍ଧିବେ ଛାତ୍ରୀ । ହେଲେ ଦୁପଟା ପକାଇବେ ନାହିଁ । ସାଲୱାର କମିଜ ସହ ଜାକେଟ୍ ରହିବ । ସେହିପରି ପୁଅମାନେ ପିନ୍ଧିବେ ସାଧାରଣ ଡ୍ରେସ ପିନ୍ଧିବେ ।ସୁରକ୍ଷା ଦୃଷ୍ଟିରୁ ଝିଅଙ୍କ ପାଇଁ ଦୁପଟ୍ଟା ବା ଓଢଣୀ ବାରଣ ରହିଛି । ପ୍ୟାଣ୍ଟ , ସାଲଓ୍ବାର ଓ ଓ୍ବେଷ୍ଟକୋଟର ରଙ୍ଗ ନେଭି ବ୍ଲୁ ଓ ସାର୍ଟର ରଙ୍ଗ ବ୍ଲୁ ରହିବ ବୋଲି କୁହାଯାଇଛି । ଏଥିରେ ପିଜି ଓ ପିଏଚଡି ଛାତ୍ରଛାତ୍ରୀଙ୍କୁ ବାଦ୍ ଦିଆଯାଇଛି ।
