ଭୁବନେଶ୍ବରରେ ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ ଉଦଘାଟିତ

ଭୁବନେଶ୍ବରରେ ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ ଉଦଘାଟିତ । ଏହି ସମ୍ମିଳନୀ ଉଦଘାଟନ କଲେ ଲୋକସଭା ବାଚସ୍ପତି ଓମ୍‌ ବିର୍ଲା । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଅନ୍ୟ କେନ୍ଦ୍ରମନ୍ତ୍ରୀ, ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ଏହି ସମ୍ମିଳନୀରେ ଉପସ୍ଥିତ ଅଛନ୍ତି । ଏଥିରେ ସାରା ଦେଶରୁ ୨୦୦ରୁ ଅଧିକ ପ୍ରତିନିଧି ଉପସ୍ଥିତ ଅଛନ୍ତି । ୧୯୯୪ ପରେ ପ୍ରଥମ ଥର ପାଇଁ ଓଡ଼ିଶାରେ କୌଣସି ସଂସଦୀୟ କମିଟିର ଜାତୀୟ ବୈଠକର ଆୟୋଜନ କରାଯାଇଛି । ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ବିଧାନସଭା କମିଟିର ଅଧ୍ୟକ୍ଷ, ୫ ଜଣ ସଦସ୍ୟ ଏବଂ ୪ ଜଣ ବିଧାୟକ ଯୋଗଦେଇଛନ୍ତି ।ଦେବେ । ଦୁଇ ଦିନ ଧରି ଲୋକସେବା ଭବନ କନଭେନସନରେ ଏହି ସମ୍ମିଳନୀ ଆୟୋଜିତ ହେବ । ଉଦଯାପନୀ ସମାରୋହରେ ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କ ସମେତ ରାଜ୍ୟ ମନ୍ତ୍ରୀମାନେ ଉଦବୋଧନ ସାମ୍ବିଧାନିକ ସୁରକ୍ଷା ଓ ଆଦିବାସୀ ବିକାଶ ନେଇ ବିଭିନ୍ନ ରାଜ୍ୟ ନେଇଥିବା ପଦକ୍ଷେପକୁ ଏହି ସମ୍ମିଳନୀରେ ଉପସ୍ଥାପନ କରାଯିବ । ୩୧ ବର୍ଷ ପରେ ଏହା ଓଡ଼ିଶାରେ ଆୟୋଜନ କରାଯାଉଛି । ସମ୍ମିଳନୀର ବିଷୟବସ୍ତୁ ହେଉଛି ଆଦିବାସୀ ବିକାଶରେ ସଂସଦୀୟ କମିଟିର ଭୂମିକା । ସାମ୍ବିଧାନିକ ସୁରକ୍ଷା ଓ ଆଦିବାସୀ ବିକାଶ ନେଇ ବିଭିନ୍ନ ରାଜ୍ୟ ନେଇଥିବା ପଦକ୍ଷେପକୁ ଏହି ସମ୍ମିଳନୀରେ ଉପସ୍ଥାପନ କରାଯିବ ।

ଅଧିକ ପଢନ୍ତୁ