କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି । ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ସ୍ୱାଗତ କରିଛନ୍ତି । ରାଜନାଥ ସିଂ ଭୁବନେଶ୍ୱରରେ ଆୟୋଜିତ ଏକ ଗୁରୁତ୍ୱପୂର୍ଣ୍ଣ ଦଳୀୟ ବୈଠକରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହି ବୈଠକରେ ସେ ଦଳୀୟ ନେତା ଓ କର୍ମୀଙ୍କ ସହ ଆଗାମୀ ରଣନୀତି ଏବଂ ସାଂଗଠନିକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିବେ ।
