ଗତ ୩ ମାସ ମଧ୍ୟରେ ଭୁବନେଶ୍ୱର AIIMSର ଇଣ୍ଟିଗ୍ରେଟେଡ୍ କାଉନସେଲିଂ ଆଣ୍ଡ ଟେଷ୍ଟିଂ ସେଣ୍ଟର (ଆଇସିଟିସି)ରେ ୮୫୧୮ ଜଣ ବ୍ୟକ୍ତିଙ୍କର ଏଚ୍ଆଇଭି ପରୀକ୍ଷା କରାଯାଇଛି। ସେମାନଙ୍କ ମଧ୍ୟରୁ ୩୧ ଜଣ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ମିଛ ଅଭିଯୋଗରେ ୫ ଆଦିବାସୀ ଗିରଫ। ୨୭ ଜଣଙ୍କୁ ଆଣ୍ଟି-ରେଟ୍ରୋଭାଇରାଲ୍ ଥେରାପି (ଏଆର୍ଟି) କେନ୍ଦ୍ରକୁ ପଠାଯାଇଛି। ଏହି ସମୟ ଅବଧି ମଧ୍ୟରେ ୮୫୩୮ ଜଣଙ୍କୁ ମୁକ୍ତ ପରାମର୍ଶ ସେବା ପ୍ରଦାନ କରାଯାଇଛି।ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ। ଏହି ଜାତୀୟ ଅନୁଷ୍ଠାନର ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ରେ ଏଡ୍ସ ସଂକ୍ରାନ୍ତୀୟ କାର୍ଯ୍ୟକ୍ରମର ନେତୃତ୍ୱ ନେଉଛି। ଆସନ୍ତା ବର୍ଷ ଜାନୁଆରୀ ମାସରେ ୧୯ତମ ରାଉଣ୍ଡ ଏଚ୍.ଆଇ.ଭି ସେଣ୍ଟିନେଲ ସର୍ଭିଲାନ୍ସ ଆୟୋଜନ ହେବ।