ମକର ସଂକ୍ରାନ୍ତିରେ ନୂଆ ଅଫିସ୍‌ ଯିବେ ପ୍ରଧାନମନ୍ତ୍ରୀ ମୋଦୀ !

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଳିତ ସପ୍ତାହ ଜାନୁଆରି ୧୪ ତାରିଖ ମକର ସଂକ୍ରାନ୍ତି ଦିନ ତାଙ୍କ ନୂଆ ଅଫିସ୍‌କୁ ସ୍ଥାନାନ୍ତର ହେବେ। ପ୍ରଧାନମନ୍ତ୍ରୀଙ୍କ ଅଫିସ୍‌ (ପିଏମ୍‌ଓ)ର ପ୍ରସ୍ତୁତି କାର୍ଯ୍ୟ ପ୍ରାୟ ଶେଷ ହୋଇସାରିଛି। ଦେଶ ସ୍ବାଧୀନତା ଲାଭକରିବା ପରଠାରୁ ଅର୍ଥାତ ୧୯୪୭ମସିହାରୁ ପିଏମ୍ଓ ସାଉଥ୍ ବ୍ଳକରେ କାର୍ଯ୍ୟକ୍ଷମ ହୋଇଆସୁଛି। ନୂଆ ଅଫିସର ଠିକଣା ସେବାତୀର୍ଥ ରଖାଯାଇଛି।ସେଣ୍ଟ୍ରାଲ ଭିଷ୍ଟା ରିଡେଭେଲପମେଣ୍ଟ ପ୍ରୋଜେକ୍ଟ ଅଧୀନରେ ଏହାର ନିର୍ମାଣ କରାଯାଇଛି। ଏହି କମ୍ପ୍ଲେକ୍ସରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ, କେନ୍ଦ୍ରୀୟ ସଚିବାଳୟ ଏବଂ ଜାତୀୟ ସୁରକ୍ଷା ପରିଷଦ ସଚିବାଳୟ ରହିଛି। ପ୍ରତିଟି କାର୍ଯ୍ୟାଳୟ ପାଇଁ ପୃଥକ ବିଲ୍ଡିଂ ନିର୍ମାଣ କରାଯାଇଛି। ପିଏମ୍ ଓ ଯେଉଁ କମ୍ପ୍ଲେକ୍ସରେ ରହିବ ତାହାର ନାମ ରଖାଯାଇଛି ସେବାତୀର୍ଥ-୧। ସେଠାରେ ରହିଛି ଅତ୍ୟାଧୁନିକ କାର୍ଯ୍ୟସ୍ଥଳ ଓ ଭବ୍ୟ ସମାରୋହ ପ୍ରକୋଷ୍ଠ ।

ସେହିଭଳି ସେବାତୀର୍ଥ-୨ରେ କ୍ୟାବିନେଟ ସଚିବାଳୟ ରହିଛି ଯାହାକି ଗତବର୍ଷ ସେପ୍ଟେମ୍ବରରୁ ସେଠାରେ କାର୍ଯ୍ୟକ୍ଷମ ହୋଇସାରିଛି। ସେବାତୀର୍ଥ-୩ରେ ଜାତୀୟ ସୁରକ୍ଷା ପରାମର୍ଶଦାତାଙ୍କ ଅଫିସ୍ ଓ ଜାତୀୟ ସୁରକ୍ଷା ପରିଷଦ ସଚିବାଳୟ ରହିବ। ସାଉଥ୍ ଓ ନର୍ଥ ବ୍ଳକରୁ ସବୁ ସରକାରୀ ଅଫିସ ହଟିବା ପରେ ତାକୁ ସର୍ବସାଧାରଣ ସଂଗ୍ରହାଳୟରେ ପରିଣତ କରାଯିବ।

ଅଧିକ ପଢନ୍ତୁ