ମଙ୍ଗଳବାର ପୁଣି ବଢିବ ବର୍ଷା। 

ଆଜି ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିଛି । କିନ୍ତୁ ସକ୍ରିୟ ମୌସୁମୀ ପ୍ରଭାବରେ ଆସନ୍ତାକାଲିଠୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। ଆଜି କିଛି ସ୍ଥାନରେ ବର୍ଷା ହୋଇପାରେ । ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ବରଗଡ଼, ସୋନପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଏନେଇ ସ୍ୱତନ୍ତ୍ର ରିଲିଫ୍‌ କମିଶନର ସତର୍କ ସୂଚନା ଜାରି କରିଛନ୍ତି । ଜିଲ୍ଲାପାଳମାନଙ୍କୁ ପ୍ରାକ୍‌ ପ୍ରସ୍ତୁତି କରିବାକୁ ଅନୁରୋଧ କରିଛନ୍ତି । ସେପଟେ ରବିବାର ସକାଳ ସାଢେ ୮ଟାରୁ ସନ୍ଧ୍ୟା ସାଢେ ୫ଟା ମଧ୍ୟରେ ପାରାଦୀପରେ ୩.୬ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ ଭବାନୀପାଟଣା, ମାଲକାନଗିରି, ରାୟଗଡା ଏବଂ ଭଦ୍ରକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି।

ଅଧିକ ପଢନ୍ତୁ