ପାରାଦୀପ ମହାନଦୀ ମୁହାଣରେ ଫସିଛନ୍ତି ୧୪ ମତ୍ସ୍ୟଜୀବୀ । ଗୁରୁବାର ଦୁଇଟି ମାଛଧରା ବୋଟ ଅଚଳ ହୋଇଯିବାରୁ ମଝି ସମୁଦ୍ରରେ ଫସିରହିଥିବା ସୂଚନା ମିଳିଛି। ସମସ୍ତଙ୍କୁ ଉଦ୍ଧାର ପାଇଁ କୋଷ୍ଟଗାର୍ଡ ଓ ମେରାଇନ୍ ପୋଲିସର ଉଦ୍ୟମ ଜାରି ରହିଛି । ସୂଚନାମୁତାବକ ଆଜି ସକାଳେ ପ୍ରଥମେ ଏକ ମାଛଧରା ବୋଟ ସମୁଦ୍ର ମଝିରେ ଅଚଳ ହୋଇ ଯାଇଥିଲା। ସୂଚନା ପାଇ ତୁରନ୍ତ ତାହାକୁ ଉଦ୍ଧାର କରିବାକୁ ଅନ୍ୟ ଏକ ବୋଟ ସମୁଦ୍ର ମଝିକୁ ଯାଇଥିଲା। ମାତ୍ର ସମୁଦ୍ର ଅଶାନ୍ତ ଥିବାରୁ ବଡ଼ ବଡ଼ ଲହଡି ମାଡ଼ ହେଉଥିବାରୁ ତାହାର ବି ଇଞ୍ଜିନି ଖରାପ ହୋଇ ଯାଇଛି। ଯାହାଫଳରେ ମୁହାଣ ନିକଟରେ ଦୁଇଟି ବୋଟ୍ ଅଟକି ରହିଥିଲା ।
