ନୂଆଗାଁ: ନୂଆଗାଁ ବ୍ଲକ୍ ସଦରମହକୁମା ରେ ଥିବା ନୂଆଗାଁ ସରକାରୀ ପ୍ରାଥମିକ ବିଦ୍ୟାଳୟ ପଡ଼ିଆରେ ମଣ୍ଡଳ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ କାର୍ଯ୍ୟକ୍ରମ କୁ ଉଦ୍ଘାଟନ କରିବା ସହ ଏହି କାର୍ଯ୍ୟକ୍ରମ ଦ୍ଵାରା ଲୁକ୍ କାୟିତ ପ୍ରତିଭା କୁ ଛାତ୍ର ଛାତ୍ରୀ ବିକଶିତ କରିବେ ଏବଂ ଛାତ୍ର ଛାତ୍ରୀ ହେଉଛନ୍ତି ଦେଶର ଭବିଷ୍ୟତ ବୋଲି ବିଧାୟକ କହିଥିଲେ।ସମ୍ମାନୀତ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା,୧୭ ନଂ ଜିଲ୍ଲା ପରିଷଦ ସଭ୍ୟା ପ୍ରତିମା ଦଳ ବେହେରା , ସରପଞ୍ଚ ଅମିତା ପରିଡ଼ା,ସମିତି ସଭ୍ୟା ଶ୍ରଦ୍ଧାଞ୍ଜଳୀ ସାସମଲ୍,ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ ଜ୍ୟୋତ୍ସ୍ନାରାଣୀ ସେଠୀ,କବିତା ଦାଶ,ନୂଆଗାଁ ହାଇସ୍କୁଲ୍ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଭୀମସେନ ଦାସ ପ୍ରମୁଖ ଯୋଗଦେଇ ଛାତ୍ର ଛାତ୍ରୀ ଙ୍କ ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ ।ସି ଆର୍ ସି ସି ବିଭୂତି ଭୂଷଣ ମିଶ୍ର କାର୍ଯ୍ୟକ୍ରମ ଉପରେ ସୂଚନା ପ୍ରଦାନ କରିଥିବା ବେଳେ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ସି ଆର୍ ସି ସି କୈଳାଶ ନାୟକ ଏବଂ ଶିକ୍ଷକ ଅଶୋକ କୁମାର ପଣ୍ଡା।ସୁରଭି କାର୍ଯ୍ୟକ୍ରମ ରେ ୨୭ ଟି ବିଭାଗର ପ୍ରତିଯୋଗିତା ହୋଇଥିବା ବେଳେ ନୂଆଗାଁ ବ୍ଲକ୍ ର ବିଭିନ୍ନ ବିଦ୍ୟାଳୟରୁ ୨୭୦ ରୁ ଉର୍ଦ୍ଧ୍ବ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିଥିଲେ।ଅତିଥି ମାନଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ ନୂଆଗାଁ ସରକାରୀ ପ୍ରାଥମିକ ବିଦ୍ୟାଳୟ ର ଛାତ୍ର ଛାତ୍ରୀ।ଶିକ୍ଷକ ସମାଜ ପ୍ରତି ବିଧାୟକ ଙ୍କ ଅକୁଣ୍ଠ ଭଲପାଇବା କୁ ପ୍ରଶଂସା କରିଥିଲେ ଶିକ୍ଷକ ,ଶିକ୍ଷୟତ୍ରୀ।ସେହିପରି ଉଦଯାପନୀ ଉତ୍ସବ ରେ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ,ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ନାୟକ, ଉପାଧ୍ୟକ୍ଷ ପର୍ଶୁରାମ ସ୍ବାଇଁ ଯୋଗଦେଇ ଛାତ୍ର ଛାତ୍ରୀ ଙ୍କୁ ପୁରସ୍କୃତ କରିଥଲେ।ଏହି କାର୍ଯ୍ୟକ୍ରମ କୁ ଶାନ୍ତି ଶୃଙ୍ଖଳା ସହ ପରିଚାଳନାରେ ସହଯୋଗ କରିଥିଲେ ସମସ୍ତ ଶିକ୍ଷକ ସଂଘ ର କର୍ମକର୍ତ୍ତା,ସି ଆର୍ ସି ସି,ଶିକ୍ଷକ ଶିକ୍ଷୟତ୍ରୀ।