ପୁରୀ ଜ଼ିଲ୍ଲା କଣାସ ବ୍ଲକ ବୀରକେଶରପୁର ଗାଁର ହରଚଣ୍ଡୀ ପ୍ରସାଦ କଣାସ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଝୁଲିଲା ତାଲା । ରୋଗୀ ସେବା ବାଧାପ୍ରାପ୍ତ । ଆଜିକୁ ୫ଦିନ ଧରି ସ୍ବାସ୍ଥ୍ୟ କେନ୍ଦ୍ର ମୁଖ୍ୟ ଫାଟକରେ ଝୁଲୁଛି ତାଲା । ମେଡିକାଲର ଡାକ୍ତର ସମ୍ବିତ ଜେନା ହସ୍ପିଟାଲରେ ମଦ୍ୟପାନ କରୁଥିବାର ଫଟୋ ଭାଇରାଲ ହେବାରେ ଲାଗିଛି । ଏହାକୁ ନେଇ ତାତିଛନ୍ତି ସ୍ଥାନୀୟ ଲୋକେ ।ସ୍ବାସ୍ଥ୍ୟକେନ୍ଦ୍ରରେ ପୁରୀ କଣାସ ବ୍ଲକ ଓ ଖୋର୍ଦ୍ଧା ଜିଲ୍ଲାର ଅନେକ ପଞ୍ଚାୟତବାସୀ ସ୍ବାସ୍ଥ୍ୟ ସେବା ଉପରେ ନିର୍ଭର କରିଥାନ୍ତି। ତାଲା ପଡିବା ପରେ ଆଜିକୁ ୫ଦିନ ହେଲା ରୋଗୀ ନାହିଁ ନଥିବା ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି । .