ମଧୁବାବୁ ପେନସନ ଯୋଜନାରେ ୫୦୦ ଟଙ୍କା ବୃଦ୍ଧି

ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସିର ଖବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି ୧୦୦୦ ଟଙ୍କା ପାଇବେ । ବର୍ଦ୍ଧିତ ପେନସନ, ହିତାଧିକାରୀମାନେ ଚଳିତ ଫେବୃଆରୀ ମାସରୁ ପାଇବେ।ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ଟ ୫୦୦, ଟ ୭୦୦ ଓ ଟ ୯୦୦ ପାଉଥିଲେ ।

ବର୍ଦ୍ଧିତ ପେନସନ ଅନୁଯାୟୀ ସେମାନେ ଏବେ ଯଥାକ୍ରମେ ୧୦୦୦, ୧୨୦୦ ଓ ୧୪୦୦ ଟଙ୍କା ପାଇବେ । ଏହି ବର୍ଦ୍ଧିତ ପେନସନ ପାଇଁ ରାଜ୍ୟ ସରକାର ବାର୍ଷିକ ୩୬୮୩ କୋଟି ଟଙ୍କା ଖର୍ଚ୍ଚ କରିବେ। ମୁଖ୍ୟମନ୍ତ୍ରୀ ଶନିବାର ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ହିତାଧିକାରୀଙ୍କ ପାଇଁ ମାସିକ ପେନସନରେ ମଧ୍ୟ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି।

ଅଧିକ ପଢନ୍ତୁ