ଝାରସୁଗୁଡ଼ା ଜମେରା ୟୁଜି ଏମଇ ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ ୬୦ ଶିଶୁ ଗୁରୁତର । ଗୁରୁତରଙ୍କୁ ଝାରସୁଗୁଡ଼ା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ପଚା ଅଣ୍ଡା ତରକାରୀ ଖାଇ ପିଲାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡିଛି ବୋଲି ଅଭିଭାବକ ଅଭିଯୋଗ କରିଛନ୍ତି । ଶନିବାର ସକାଳୁଆ ସ୍କୁଲ ଥିବାରୁ ପୂର୍ବାହ୍ନ ସମୟରେ ପ୍ରାୟ ୬୦ ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନ ଖାଇବା ପରେ ପେଟରେ ଯନ୍ତ୍ରଣା ହେବା ସହ ବାନ୍ତି ହୋଇଥିଲା। ସଙ୍ଗେ ସଙ୍ଗେ ଛାତ୍ରଛାତ୍ରୀଙ୍କୁ ଆମ୍ବୁଲାନ୍ସ ଯୋଗେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି ।