ମନ୍ତ୍ରୀଙ୍କ ବାସଭବନରେ ଘରୋଇ ବସ୍‌ ମାଲିକ ସଂଘର ବୈଠକ

ଆରମ୍ଭ ହେଲା ଦକ୍ଷିଣ ଓଡ଼ିଶା ଓ ପଶ୍ଚିମ ଓଡ଼ିଶା ଘରୋଇ ବସ ମାଲିକ ସଂଘ ଓ ପରିବହନ ମନ୍ତ୍ରୀଙ୍କ ବୈଠକ । ବୈଠକରେ ଉପସ୍ଥିତ ଅଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ବିଭାଗର ଜିଲ୍ଲାର ଘରୋଇ ବସ ମାଲିକମାନେ। ସନ୍ଧ୍ୟା ୭ଟାରୁ ଦକ୍ଷିଣ ଓ ପଶ୍ଚିମାଞ୍ଚଳ ବସ୍‌ ମାଲିକ ସଂଘ ବନ୍ଦ ଡାକରା ଦେଇଛି। ପୂର୍ବରୁ ସମାଧାନ ପାଇଁ ବୈଠକରେ ମାନସ ମନ୍ଥନ ଚାଲିଛି।ଲକ୍ଷ୍ମୀ ବସ ଚଳାଚଳକୁ ଘରୋଇ ବସ ମାଲିକ ସଂଘର ବିରୋଧ କରୁଛି।୧୪ ଜିଲାର ୨୫ ଘରୋଇ ବସ୍‌ ମାଲିକ ସଂଘ ୨୪ ଘଣ୍ଟିଆ ଧର୍ମଘଟ କରିବେ ବୋଲି ଘୋଷଣା କରିସାରିଛନ୍ତି। ବସ୍‌ ମାଲିକ ସଂଘ ପୂର୍ବରୁ ଅଭିଯୋଗ କରିଥିଲେ ଯେ, ବିଜେଡି ସରକାର ଅମଳରେ ପ୍ରଥମେ ଟାୟାର-୧ ଅର୍ଥାତ୍‌ ଗ୍ରାମପଞ୍ଚାୟତରୁ ବ୍ଲକ୍‌ ମୁଖ୍ୟାଳୟକୁ ଲକ୍ଷ୍ମୀ ବସ୍‌ ଚାଲିଥିଲା। ପ୍ରତିବାଦ ପରେ ଏହା କିଛି ଦିନ ବନ୍ଦ ରହିଥିଲା। ତେବେ ପୁଣି ଟାୟାର-୨ ଲକ୍ଷ୍ମୀ ବସ ଚଳାଚଳ ନେଇ ବସ୍‌ ମାଲିକ ସଂଘ ପ୍ରତିବାଦ କରିଥିଲେ। ହେଲେ ନିର୍ବାଚନ ଯୋଗୁ ତାହା ସ୍ଥଗିତ ରହିଥିଲା। ବର୍ତ୍ତମାନ ସରକାର ବଦଳିଛି, ହେଲେ ପୂର୍ବ ସରକାରଙ୍କ ଯୋଜନା ବଦଳିନି ବୋଲି ବସ୍‌ ମାଲିକ ସଂଘ କହିଛନ୍ତି।

ଅଧିକ ପଢନ୍ତୁ