ମହାନଦୀ ଘାଟରେ କୁମ୍ଭୀର ଆତଙ୍କ।

ମହାନଦୀ ଘାଟରେ କୁମ୍ଭୀର ଆତଙ୍କ। ଆଠଗଡ଼ ବନଖଣ୍ଡ ନରସିଂହପୁର ପଶ୍ଚିମାଞ୍ଚଳ ରେଞ୍ଜ ଅଧୀନ ନୂଆପାଟଣା ନଦୀପଠାରେ ଦୁଇଟି କୁମ୍ଭୀର ଦେଖିବାକୁ ମିଳିଛି। ଦୁଇଟି ବଡ଼ ଘଡ଼ିଆଳ କୁମ୍ଭୀର ବୁଲୁଥିବାର ସ୍ଥାନୀୟ ଲୋକେ ଦେଖିଛନ୍ତି।ଫଳରେ ଗାଁ ଲୋକଙ୍କ ମନରେ କୋକୁଆ ଭୟ ସୃଷ୍ଟି ହୋଇଛି । ଏନେଇ ନରସିଂହପୁର ବନ ବିଭାଗକୁ ଖବର ଦିଆଯାଇଥିବା ସୂଚନା ମିଳିଛି । ଘଡ଼ିଆଳ କୁମ୍ଭୀର ମହାନଦୀରେ ବୁଲୁଥିବା କହିଛନ୍ତି ସ୍ଥାନୀୟ ବାସିନ୍ଦା । ତେବେ କୁମ୍ଭୀର ଉପରେ ବନ ବିଭାଗ କଡ଼ା ନଜର ରଖିଛି। କେହି ନଦୀକୁ ମାଛ ମାରିବା ଏବଂ ଗାଧୋଇବାକୁ ନଯିବାକୁ ଆଠଗଡ଼ ACF କହିଛନ୍ତି। ଏହାସହ ନଦୀରେ ଜାଲ ପକାଇବାକୁ ବାରଣ କରିଛନ୍ତି।

ଅଧିକ ପଢନ୍ତୁ

Odisha Darpan Digital