ମହାପ୍ରଭୁଙ୍କ ଅଳଙ୍କାର ଆସନ୍ତା ୨୩ ତାରିଖରେ ସ୍ଥାନାନ୍ତର ହେବ

ମହାପ୍ରଭୁଙ୍କ ଅଳଙ୍କାର ଆସନ୍ତା ୨୩ ତାରିଖରେ ସ୍ଥାନାନ୍ତର ହେବ। ଅସ୍ଥାୟୀ ରତ୍ନଭଣ୍ଡାରରୁ ସ୍ଥାୟୀ ରତ୍ନଭଣ୍ଡାରକୁ ଏହା ସ୍ଥାନାନ୍ତରିତ ହେବ। ଏଥି ପାଇଁ ଅମୃତ ବେଳା ସ୍ଥିର କରାଯାଇଛି। ଏଥିପାଇଁ ନୀତି ନିର୍ଘଣ୍ଟ କରାଯାଇଥିବା ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । କହିଛନ୍ତି, ‘ସେହିଦିନ ଭୋର୍ ୪ଟାରେ ଶ୍ରୀମନ୍ଦିର ଦ୍ଵାର ଫିଟାଯିବା ସହ ସକାଳ ୭ଟା ୧୭ରୁ ୧୧ଟା ୧୭ ପର୍ଯ୍ୟନ୍ତ ମାହେନ୍ଦ୍ର ବେଳାରେ ସ୍ଥାନାନ୍ତରଣ ହେବ ଅଳଙ୍କାର । ଭକ୍ତଙ୍କ ଦର୍ଶନ ନେଇ ସେହିଦିନ କଟକଣା ରହିବ । ଅଳଙ୍କାର ସ୍ଥାନାନ୍ତରଣ ନେଇ ପାଳିଆ ସେବାୟତଙ୍କୁ ପାସ୍ ଦିଆଯିବ ।’ସେପ୍ଟେମ୍ବର ୨୩ ତାରିଖ ପୂର୍ବରୁ ଆଲୋକ ବ୍ୟବସ୍ଥା କରାଯିବ। ଅଳଙ୍କାର ସ୍ଥାନାନ୍ତର ସମୟରେ ନାଟ ମଣ୍ଡପ ବନ୍ଦ ରଖାଯିବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ ଅରବିନ୍ଦ ପାଢ଼ୀ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଶ୍ରୀ ପାଢ଼ୀ କହିଛନ୍ତି ଯେ, ସ୍ଥାୟୀ ରତ୍ନଭଣ୍ଡାରକୁ ଅଳଙ୍କାର ସ୍ଥାନାନ୍ତର ସମୟରେ ମାଜିଷ୍ଟ୍ରେଟ୍‌ ଉପସ୍ଥିତ ରହିବେ। ରତ୍ନଭଣ୍ଡାରରେ ଅଳଙ୍କାର ରଖା ସରିଲା ପରେ ତାଲ ପଡ଼ିବ। ଏହାର ଚାବି ଟ୍ରେଜେରିରେ ରଖାଯିବ।

ଅଧିକ ପଢନ୍ତୁ

Odisha Darpan Digital