ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ମୋଦକ ଚୋରି ଘଟଣାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ରିପୋର୍ଟ ମାଗିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ରିପୋର୍ଟ ଆସିଲେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି। ତେବେ ପ୍ରାରମ୍ଭିକ ତଦନ୍ତ ସତ୍ୟ ଆଧାରିତ ନୁହେଁ । ଆହୁରି ତଦନ୍ତ କରାଯିବ, ସିସିଟିଭି ମଧ୍ୟ ଯାଞ୍ଚ ହେବ । କେହି ଦୋଷୀ ସାବ୍ୟସ୍ତ ହେଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଗୁପ୍ତନୀତି ସମ୍ପର୍କରେ ବାହାରେ ଆଲୋଚନା କରିବା ଠିକ୍ ନୁହେଁ ବୋଲ ଗଣମାଧ୍ୟମରେ କହିଛନ୍ତି ମୁଖ୍ୟ ପ୍ରଶାସକ।
