ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି (ଶ୍ରୀମୁଖସିଂହାର) ଅନୁଷ୍ଠିତ ହେବ ବୋଲି ସୂଚନା ରହିଛି । ଏହି ନୀତି ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ। ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି ନୀତି ହେବ ।ବନକଲାଗି ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ। ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ଦତ୍ତମହାପାତ୍ର ସେବକମାନେ ଦାରୁଦିଅଁଙ୍କ ବନକଲାଗି ସେବା କରିବେ । ଏହାଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ବନକଲାଗି ପରେ ମହାସ୍ନାନ ପୂଜା ବଢ଼ି ପୁନଃ ଦର୍ଶନ ଆରମ୍ଭ ହେବ । ଠାକୁରଙ୍କ ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଁଥ ଅଠା, କସ୍ତୁରୀ ଓ କଳା ଆଦି ଆବଶ୍ୟକ ହୋଇଥାଏ ।ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
