ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ ଆରମ୍ଭ ହେଲା ଫର୍ମ ପୂରଣ

ମାଟ୍ରିକ ପରୀକ୍ଷାରେ ଫେଲ ହୋଇଥିବା ଛାତ୍ରଛାତ୍ରୀ, ଏମପି ହୋଇଥିବା ଛାତ୍ରଛାତ୍ରୀ ଏବଂ ପରୀକ୍ଷାରେ ଅନୁପସ୍ଥିତ ରହିଥିବା ଛାତ୍ରଛାତ୍ରୀଙ୍କ ପାଇଁ ବୋର୍ଡ ପକ୍ଷରୁ ଏକ ସୁଯୋଗ ଦିଆଯାଇଛି । ତେବେ ମେ ୨୬ ତାରିଖ ଯାଏଁ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ ।ରେଗୁଲାର ପରୀ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବାକୁ ଇଚ୍ଛୁକ ଥିବା ଛାତ୍ରଛାତ୍ରୀମାନେ ପ୍ରଧାନଶିକ୍ଷକଙ୍କ ଜରିଆରେ ଫର୍ମ ପୂରଣ କରିପାରିବେ । ୪୨୦ ଟଙ୍କା ଦେୟ ଦେବାକୁ ହେବ । ସୂଚନାମୁତାବକ ରାଜ୍ୟର ୩ ହଜାର ୨୯ଟି ପରୀକ୍ଷା କେନ୍ଦ୍ରରେ ଚଳିତ ଥର ୫ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ପ୍ରଶ୍ନପତ୍ର ଲିକ୍ ଓ କପି ରୋକିବାକୁ ବୋର୍ଡ ପକ୍ଷରୁ ପ୍ରଥମଥର ପାଇଁ ପ୍ରଶ୍ନପତ୍ରରେ ରହିଥଲା କ୍ୟୁଆର କୋର୍ଡ । ୬୦୦ ପରୀକ୍ଷା କେନ୍ଦ୍ରରେ ସିଧାସଳଖ ଲାଇଭ୍ ଷ୍ଟ୍ରିମିଂ ହୋଇଥିଲା । ସବୁ କେନ୍ଦ୍ରରେ ଲାଗିଥିଲା ସିସିଟିଭି ।

ଅଧିକ ପଢନ୍ତୁ

kc ads