ମାଟ୍ରିମୋନି ସାଇଟ୍ରେ ମିଛ ବିବାହ ପ୍ରତିଶ୍ରୁତି । ସାନ ଭାଇ ସହ ବାହାଘର କରାଇବାକୁ କହି ଯୁବତୀଙ୍କୁ ଠକେଇ । ୨୨ ଲକ୍ଷ ଟଙ୍କାର ଚୂନ ଲଗାଇଲେ ନକଲି ଡାକ୍ତର । ଆଉ ଶେଷରେ ଧରାପଡି ବନ୍ଧାହେଲେ ଠକ ଡାକ୍ତର ରଞ୍ଜୀବ କୁମାର ପ୍ରଧାନ । ସୂଚନାମୁତାବକ ୨୦୨୧ରେ ମାଟ୍ରିମୋନି ସାଇଟ୍ରେ ଅଭିଯୁକ୍ତ ନିଜକୁ ଡକ୍ଟର ପ୍ରକାଶ ପ୍ରଧାନ କହିବା ସହିତ ନିଜ ସାନଭାଇ ତୁଷାର ପ୍ରଧାନ ସହ ବିବାହ ପାଇଁ ଅଭିଯୋଗକାରିଣୀ ସହ ଯୋଗାଯୋଗରେ ଆସିଥିଲା । ସାନ ଭାଇ ତୁଷାର ରାୟଗଡ଼ା SBIରେ ଡେପୁଟି ମ୍ୟାନେଜର ବୋଲି ଅଭିଯୋକାରିଣୀଙ୍କ ପରିବାରକୁ କହିଥିଲା । ବ୍ୟାଙ୍କର ବିଭିନ୍ନ ପଲିସି କରିବା ନାଁରେ ଅଭିଯୁକ୍ତ ମହିଳାଙ୍କ ବାପାଙ୍କ ଠାରୁ ୨୨ ଲକ୍ଷ ଟଙ୍କା ନେଇଥିଲେ । ଟଙ୍କା ନେବାପରେ ଅଭିଯୁକ୍ତ ଆଉ ଧରା ଛୁଆଁ ଦେଉନଥିବା ପରେ ଏନେଇ ପାହାଳ ଥାନାରେ ଅଭିଯୋଗ କରିଥିଲେ ମହିଳା । ତଦନ୍ତ ବେଳେ ଜଣା ପଡିଲା ଅଭିଯୁକ୍ତ ରଞ୍ଜୀବ କୌଣସି ଡାକ୍ତର ହୋଇନଥିବା ବେଳେ ତାଙ୍କର କୌଣସି ଭାଇ ନଥିବା ପୋଲିସ ଜାଣିବାକୁ ପାଇଛି ।ଶେଷରେ ପାହାଳ ଥାନା ପୋଲିସ ଅଭିଯୁକ୍ତ ନକଲି ଡାକ୍ତକଙ୍କୁ ଗିରଫ କରିଥିବା ଜଣାପଡିଛି । ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି ପାହାଳ ଥାନା ପୋଲିସ । ଏ ନେଇ ପୋଲିସ ଅଧିକ ତଦନ୍ତ ଜାରି ରଖିଛି
