ମାଦକ ଦ୍ରବ୍ୟ ଚରାଚାଲାଣ ରୋକିବା ଉପରେ ଜିଲ୍ଲାସ୍ଥରୀୟ ବୈଠକ ଅନୁଷ୍ଠିତ l

ରାୟଗଡ:-ତା. ୨୦/୦୮-ରlୟଗଡ଼ ଜିଲ୍ଲାରେ ବ୍ୟାପକ ମାଦକ ଦ୍ରବ୍ୟ ଧରପଗଡ଼ ଓ ଚରାଚାଲାଣ ହେଉଥିବାରୁ ଏହାକୁ ରୋକିବା ନିମନ୍ତେ ଜିଲ୍ଲାପାଳ ରାୟଗଡ଼ ଶ୍ରୀ ଆଶୁତୋଷ କୁଲକାର୍ଣ୍ଣିଙ୍କ ଅଧ୍ୟକ୍ଷତlରେ ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଏହା ସଂଯୁକ୍ତ ବୈଠକ ଅନୁଷ୍ଠିତ ହୋଇଥିଲା l ରାୟଗଡ଼ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ କୁମାର ଓ ବନଖଣ୍ଡ ଅଧିକାରୀ ଶ୍ରୀ ଆନ୍ନାସାହେବ ଓହଲେ, ଉପଜିଲ୍ଲାପାଳ ଗୁଣୁପୁର ଶ୍ରୀ ଦୁଧlଲ ଅଭିଶେଖ ଦିଲ୍ଲୀପ ଉପସ୍ଥିତରେ ବିସ୍ତୃତ ଭାବରେ ଆଲୋଚନା କରାଯାଇଥିଲା l ବିଶେଷ କରି ଜିଲ୍ଲାରେ ମାଦକ ନିଷଦ୍ରବ୍ୟ ଗଂଜେଇ ଅବାଧ ଚାଷକୁ ରୋକିବା, ନିଶା ଦ୍ରବ୍ୟ ଅବାଧ କାରବାର ଓ ଚୋରା ଚାଲାଣ ସମ୍ପର୍କରେ ଗୁପ୍ତ ତଥ୍ୟ ପ୍ରଦାନ,ବିଦ୍ୟାଳୟ, ମହାବିଦ୍ୟାଳୟ ମାନଙ୍କ ଠାରେ ନିବାରଣ ଉପରେ ସଚେତନତାକୁ ପ୍ରତ୍ସାହ୍ନ କରିବା, ମାଦକ ଦ୍ରବ୍ୟ କାରବାର ବହୁଳ ଅଂଚଳ ମାନଙ୍କରେ ନିଷlଦ୍ରବ୍ୟ କ୍ଷତିକାରକ ବିଷୟରେ ଜନସଚେତନତା ସୃଷ୍ଟି କରିବା l ଉନୟନ କାର୍ଯ୍ୟକ୍ରମ ଗୁଡିକ କାର୍ଯ୍ୟ କାରୀ କରିବା l ବିଶେଷ କରି ଓଡିଶା ଜୀବିକା ସରକାରଙ୍କ ତରଫରୁ କାର୍ଯ୍ୟକ୍ରମ ଜରିଆରେ ଏହି ଅଂଚଳର ଲୋକମାନଙ୍କୁ କର୍ମସଂସ୍ଥାନ ଯୋଗାଇବା ଉପରେ ଆଲୋଚନା କରାଯାଇଥିଲା l କୃଷି ବିଭାଗ, ଉଦ୍ୟାନ ବିଭାଗ ତରଫରୁ ଗଂଜା ଚାଷ ବଦଳରେ ସେହି ଅଂଚଳର ଲୋକଙ୍କୁ ଫଳ, ମକା ଓ ଅନ୍ୟ ଅର୍ଥକାରୀ ଫସଲ ଚାଷ ପାଇଁ ମଞ୍ଜି ଯୋଗାଇବା ଉପରେ ଜିଲ୍ଲାପାଳ ଶ୍ରୀ କୁଲକାର୍ଣ୍ଣି ଗୁରୁତ୍ୱ ଦେଇଥିଲେ lଅବକାରୀ ବିଭାଗକୁ ସକ୍ରୀୟ ରହି ନିଶାଦ୍ରବ୍ୟ କାରବାର ରୋକିବା ନିମନ୍ତେ ପଦକ୍ଷେପ ନେବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ l ଆଜିର ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ମମତା ସାହୁ, ଜିଲ୍ଲା କୃଷି ଅଧିକାରୀଙ୍କ ପ୍ରତନିଧି, ଉପନିର୍ଦ୍ଧେଶକ ଉଦ୍ୟାନ ବିଭାଗ ଶ୍ରୀ ଦୟାନିଧି ରାଉତ, ଜିଲ୍ଲା ଦକ୍ଷ୍ୟତା ଓ କର୍ମ ନିୟୋଜନ ଅଧିକାରୀ ସୁଶ୍ରୀ ସ୍ୱର୍ଣ ଲତା ରାଉତ, ଓ ଅନ୍ୟାନ୍ୟ ଅଧିକାରୀ ମlନେ ଯୋଗଦାନ କରି ଆଲୋଚନାରେ ଅଂଶଗ୍ରହଣ କରିଥିଲେ l

ଅଧିକ ପଢନ୍ତୁ