ମାର୍ଚ୍ଚ ୫ ତାରିଖରେ ପାଳନ ହେବନି ପଞ୍ଚାୟତିରାଜ ଦିବସ। ଏପ୍ରିଲ ୨୪ରେ ପାଳନ ହେବ ପଞ୍ଚାୟତିରାଜ ଦିବସ। ଏ ନେଇ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।ଏପ୍ରିଲ ୨୪ରେ ମଧ୍ୟ ପାଳନ ହେବ ଲୋକସଭା ଦିବସ । ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମାର୍ଚ୍ଚ ୫କୁ ବିଜୁ ପଟ୍ଟନାୟକ ଜୟନ୍ତୀ ଭାବେ ପାଳନ ହେବ । କିନ୍ତୁ ଏହି ଦିବସକୁ ସରକାରୀ ଛୁଟି ଭାବେ ପାଳନ କରାଯିବନି । ୨୦୨୦ରୁ ମାର୍ଚ୍ଚ ୫କୁ ପଞ୍ଚାୟତିରାଜ ଦିବସ ଭାବେ ପାଳନ କରାଯାଉଥିଲା । ‘ମାର୍ଚ୍ଚ ୫ ତାରିଖ ହେଉଛି ଓଡିଶାର ମହାନ ବରପୁତ୍ର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ । ଏହାକୁ ରାଜ୍ୟ ସରକାର ମହାସମାରୋହରେ ପାଳନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ତେବେ ଏହି ଦିବସକୁ ସରକାରୀ ଛୁଟି ଭାବେ ପାଳନ କରାଯିବ ନାହିଁ ।’
