ମାଲକାନଗିରି ପିଏ ମୃତ୍ୟୁ ମାମଲା

ମାଲକାନଗିରି ପିଏ ଦେବନାରାୟଣ ପଣ୍ଡାଙ୍କ ମୃତ୍ୟୁ ମାମଲା । ଆଇଏଏସ୍ ମନୀଷ ଅଗ୍ରୱାଲଙ୍କ ବଢିଲା ଅଡୁଆ । ମନୀଷଙ୍କ ନାଁରେ ଏନଡବ୍ଲୁ ଜାରି କରିବା ପାଇଁ ନିର୍ଦ୍ଦେଶ ରହିଛି । ମନିଷ ଅଗ୍ରୱାଲଙ୍କ ସହ ଅନ୍ୟ ୩ ଜଣଙ୍କ ନାଁରେ ବି ଏନଡବ୍ଲୁ ଲାଗି ନିର୍ଦ୍ଦେଶ ଦିଆଯାଇଛି । ବାରମ୍ବାର ନୋଟିସ ସତ୍ତ୍ୱେ ହଜାର ହୋଇ ନଥିବାରୁ ନିର୍ଦ୍ଦେଶ ଦେଇଛନ୍ତି ମାଲକାନଗିରି ଏସଡିଜେଏମ୍ । ତେବେ ବର୍ତ୍ତମାନ ଯୋଜନା ଓ ସମନ୍ବୟ ବିଭାଗର ଅତିରିକ୍ତ ସଚିବ ଅଛନ୍ତି ମନୀଷ ।ସୂଚନା ଅନୁସାରେ ମାଲକାନଗିରି ଜିଲ୍ଲାର ପୂର୍ବତନ ଜିଲ୍ଲାପାଳଙ୍କ ସହଯୋଗୀ ଦେବନାରାୟଣ ପଣ୍ଡା ମୃତ୍ୟୁ ମାମଲାରେ ଏହି ଏନବିଡବ୍ଲ୍ୟୁ ଜାରି କରାଯାଇଛି। ୨୦୧୯ ଡିସେମ୍ବରରେ ଦେବ ନାରାୟଣଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିଲା। ଦେବ ନାରାୟଣଙ୍କ ପରିବାର ହତ୍ୟା ଅଭିଯୋଗ ଆଣିଥିଲେ।

ଅଧିକ ପଢନ୍ତୁ