ମାସିକଧର୍ମ ପାଇଁ ଗୋଟିଏ ଦିନ ଛୁଟି ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ

ଆଜି ସ୍ୱାଧିନତା ଦିବସ ଅବସରରେ କର୍ମଜୀବୀ ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା କରିଛନ୍ତି ବଡ ଘୋଷଣା । ଏଣିତି ଋତୁସ୍ରାବ ପାଇଁ ଉଭୟ ସରକାରୀ ଓ ଘରୋଇ ସଂସ୍ଥାରେ କାର୍ଯ୍ୟ କରୁଥିବା ମହିଳାଙ୍କୁ ମିଳିବ ଦିନେ ଛୁଟି ।କଟକରେ ସ୍ୱାଧୀନତା ଦିବସ ପାଳନ ଅବସରରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏହି ଘୋଷଣା କରିଛନ୍ତି ।

ଋତୁସ୍ରାବର ପ୍ରଥମ ବା ଦ୍ବିତୀୟ ଦିନରେ ଛୁଟି ମିଳିବ । ପୂର୍ବରୁ ବିହାର ଓ କେରଳ ସରକାର ଋତୁସ୍ରାବ ପାଇଁ ମହିଳା କର୍ମଚାରୀଙ୍କୁ ଛୁଟି ଦେଉଛନ୍ତି। ଏବେ ଓଡ଼ିଶା ମହିଳା କର୍ମଚାରୀଙ୍କ ପାଇଁ ବଡ଼ ପଦକ୍ଷେପ ନେବାକୁ ଯାଉଛି।

ଅଧିକ ପଢନ୍ତୁ