ମିକ୍ସଚର ଫ୍ୟାକ୍ଟ୍ରିରୁ ବ୍ରାଉନସୁଗର ଜବତ।

ବେଗୁନିଆ ବ୍ଲକ ଭାଟପଡ଼ାରେ ଥିବା ଏକ ମିକ୍ସଚର ଫ୍ୟାକ୍ଟ୍ରିରେ ବ୍ରାଉନସୁଗର କାରବାର ଚାଲିଥିବା ନେଇ ଖବର ମିଳିବା ପରେ ଅବକାରୀ ବିଭାଗ ଚଢାଉ କରିଥିଲା। ଚଢାଉ ବେଳେ ମିକ୍ସଚର ଫ୍ୟାକ୍ଟ୍ରିରୁ ୧୫୦ ଗ୍ରାମର ବ୍ରାଉନସୁଗର ଜବତ ହୋଇଛି। ଏହି ଅଭିଯୋଗରେ ଜଣେ ବ୍ୟବସାୟୀ ସହ ଅନ୍ୟ ଜଣେ କର୍ମଚାରୀଙ୍କୁ ଗିରଫ କରାଯାଇଛି। ଜବତ ହୋଇଥିବା ବ୍ରାଉନସୁଗରର ମୂଲ୍ୟ ୧୫ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି। ତେବେ ଷଡ଼ଯନ୍ତ୍ର କରି ମିକ୍ସଚର ଫ୍ୟାକ୍ଟ୍ରିରେ ବ୍ରାଉନସୁଗର ରଖାଯାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।

ଅଧିକ ପଢନ୍ତୁ

Odisha Darpan Digital